ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଓଡ଼ିଶା ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଉତ୍ତରପଶ୍ଚିମ ଓ ପଶ୍ଚିମକେନ୍ଦ୍ର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିପାରେ ବୋଲି ପୂର୍ବାନୁମାନ କରାଯାଇଛି।
Under the influence of the cyclonic circulation over northwest & adjoining westcentral Bay of Bengal off south Odisha north Andhra Pradesh Coasts, a Low Pressure Area has formed over Odisha & neighbourhood.
— Meteorological Centre, Bhubaneswar (@mcbbsr) July 9, 2022