Advertisment

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଘନଉଛି ବାତ୍ୟା ଆଶଙ୍କା

ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।

ଅଦ୍ୟତନ ହୋଇଛି
Low Pressure Area Formed Over South Andaman Sea

Low Pressure Area Formed Over South Andaman Sea

Advertisment

ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। 

Advertisment

ଅବପାତ ସୃଷ୍ଟି ହେବା ପରେ ସମ୍ଭାବ୍ୟ ବାତ୍ୟାର ଗତିପଥ ଓ ତୀବ୍ରତା ସମ୍ପର୍କରେ ସ୍ପଷ୍ଟ ଚିତ୍ର ମିଳିପାରିବ ବୋଲି ଭାରତୀୟ ପାଣିପାଗ ବିଭାଗ(IMD) ସୂଚନା ଦେଇଛି।

Advertisment

ଅନ୍ୟପକ୍ଷେ, ସମ୍ଭାବ୍ୟ ବାତ୍ୟା ନେଇ ବିଭିନ୍ନ ମଡେଲ୍ ଭିନ୍ନ ଭିନ୍ନ ସଙ୍କେତ ଦେଉଛନ୍ତି। ବାତ୍ୟା ଆସିବ କି ନାହିଁ, ଆସିଲେ କେଉଁ ଜିଲ୍ଲା ଅଧିକ ପ୍ରଭାବିତ ହେବ ତାହା ଲଘୁଚାପ ସୃଷ୍ଟି ହେବାପରେ ହିଁ ସ୍ପଷ୍ଟ ହେବ ବୋଲି IMD ପକ୍ଷରୁ କୁହାଯାଇଛି। ସେପଟେ କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି। ଅନୁଗୁଳ, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ପୁରୀରେ ବର୍ଷା ହୋଇଥିବା ସୂଚନା ମିଳିଛି।

Cyclone Alert Low Pressure Area
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ