/odishatv-khabar/media/post_attachments/uploadimage/library/16_9/16_9_0/IMAGE_1755056460.jpg)
Heavy rainfall
କେନ୍ଦ୍ରୀୟ ବଙ୍ଗୋପସାଗର ଉପର ବାୟୁମଣ୍ଡଳରେ ଥିବା ଘୂର୍ଣ୍ଣିବଳୟ ହେତୁ ଆଜି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଏକ ଲଘୁଚାପ କ୍ଷେତ୍ର। ଯାହାଫଳରେ ରାଜ୍ୟରେ ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବ। କେତେକ ସ୍ଥାନରେ ବର୍ଷା ସହ ବିଜୁଳି ଓ ଘଡଘଡି ସହ ଝଡ ବର୍ଷା ବି ହୋଇପାରେ।
ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଜି କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୨ ଜିଲ୍ଲା ପାଇଁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ପ୍ରବଳ ବର୍ଷା ସାଙ୍ଗକୁ ୪୦ କିଲୋମିଟର ବେଗରେ ପବନ ମଧ୍ୟ ବହିବ ବୋଲି ସୂଚନା ମିଳିଛି।
ଏହାପରେ ଆସନ୍ତା ୧୪ ଓ ୧୫ ତାରିଖରେ ଦକ୍ଷିଣ ଓଡିଶା ସହ ଉପକୂଳରେ ବି ବର୍ଷା ସହ ପବନ ହେବାର ସମ୍ଭାବନା ରହିଛି। ସାରା ଓଡ଼ିଶାରେ ବର୍ଷା ସହ କିଛି ସ୍ଥାନରେ ଭାରି ବର୍ଷାର ସମ୍ଭାବନା ଥିବା ବେଳେ ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ସେହିପରି ପ୍ରବଳ ବର୍ଷା ପାଇଁ ଗଜପତି, ରାୟଗଡା, କଳାହାଣ୍ଡି, ନବରଙ୍ଗପୁର, ନୂଆପଡା ଓ ବଲାଙ୍ଗୀରରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ। ସମ୍ଭାବ୍ୟ ବର୍ଷା ପବନକୁ ଦେଖି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)