Advertisment

Low-pressure area: ରାଜ୍ୟରେ ୩ ଦିନ ପ୍ରବଳ ବର୍ଷା; ଏହି ଜିଲ୍ଲାକୁ ଆଲର୍ଟ ଜାରି

ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଥିବା ବେଳେ ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବ। ୨ ଜିଲ୍ଲା ପାଇଁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ୧୪ ଓ ୧୫ ତାରିଖରେ ଦକ୍ଷିଣ ଓଡିଶା ସହ ଉପକୂଳରେ ବି ବର୍ଷା ହେବ।

ଅଦ୍ୟତନ ହୋଇଛି
Heavy rainfall

Heavy rainfall

Advertisment

କେନ୍ଦ୍ରୀୟ ବଙ୍ଗୋପସାଗର ଉପର ବାୟୁମଣ୍ଡଳରେ ଥିବା ଘୂର୍ଣ୍ଣିବଳୟ ହେତୁ ଆଜି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଏକ ଲଘୁଚାପ କ୍ଷେତ୍ର। ଯାହାଫଳରେ ରାଜ୍ୟରେ ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବ। କେତେକ ସ୍ଥାନରେ ବର୍ଷା ସହ ବିଜୁଳି ଓ ଘଡଘଡି ସହ ଝଡ ବର୍ଷା ବି ହୋଇପାରେ।

Advertisment

ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଜି କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୨ ଜିଲ୍ଲା ପାଇଁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ପ୍ରବଳ ବର୍ଷା ସାଙ୍ଗକୁ ୪୦ କିଲୋମିଟର ବେଗରେ ପବନ ମଧ୍ୟ ବହିବ ବୋଲି ସୂଚନା ମିଳିଛି।

ଏହାପରେ ଆସନ୍ତା ୧୪ ଓ ୧୫ ତାରିଖରେ ଦକ୍ଷିଣ ଓଡିଶା ସହ ଉପକୂଳରେ ବି ବର୍ଷା ସହ ପବନ ହେବାର ସମ୍ଭାବନା ରହିଛି। ସାରା ଓଡ଼ିଶାରେ ବର୍ଷା ସହ କିଛି ସ୍ଥାନରେ ଭାରି ବର୍ଷାର ସମ୍ଭାବନା ଥିବା ବେଳେ ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Advertisment

ସେହିପରି ପ୍ରବଳ ବର୍ଷା ପାଇଁ ଗଜପତି, ରାୟଗଡା, କଳାହାଣ୍ଡି, ନବରଙ୍ଗପୁର, ନୂଆପଡା ଓ ବଲାଙ୍ଗୀରରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ। ସମ୍ଭାବ୍ୟ ବର୍ଷା ପବନକୁ ଦେଖି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।

ଅଧିକ ପଢନ୍ତୁ: ଆସୁଛି ଲଘୁଚାପ, ପ୍ରବଳ ବର୍ଷିବ; ଆଲର୍ଟ ଜାରି

IMD Forecast Bay Of Bengal Heavy Rainfall Alert Low Pressure Area
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ