Advertisment

Odisha Weather Update: ପାଗରେ ହେବ ପରିବର୍ତ୍ତନ, ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରୁ ପରବର୍ତ୍ତୀ ୪୮ ଘଣ୍ଟା ଯାଏଁ ସାମାନ୍ୟ ଉତ୍ତର ଆଡକୁ ଗତି କରିବା ସମ୍ଭାବନା ରହିଛି । ତେବେ ଏହାର ପ୍ରଭାବ ଓଡ଼ିଶାରେ ରହିବ କି ନାହିଁ ସେନେଇ ପୂର୍ବାନୁମାନ କରିନି ପାଣିପାଗ ବିଭାଗ ।

ଅଦ୍ୟତନ ହୋଇଛି
undefined

low pressure

Advertisment

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଦକ୍ଷିଣ ବଙ୍ଗୋପସାଗର ମଧ୍ୟ ଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆସନ୍ତକାଲି ଯାଏଁ ଉତ୍ତରପଶ୍ଚିମ ଦିଗରେ ଗତି କରିବ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରୁ ପରବର୍ତ୍ତୀ ୪୮ ଘଣ୍ଟା ଯାଏଁ ସାମାନ୍ୟ ଉତ୍ତର ଆଡକୁ ଗତି କରିବା ସମ୍ଭାବନା ରହିଛି । ତେବେ ଏହାର ପ୍ରଭାବ ଓଡ଼ିଶାରେ ରହିବ କି ନାହିଁ ସେନେଇ ପୂର୍ବାନୁମାନ କରିନି ପାଣିପାଗ ବିଭାଗ ।

Advertisment

ଅଧିକ ପଢ଼ନ୍ତୁ: ପୁଣି ଉପରମୁହାଁ ପାରଦ, ୨ରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ସେପଟେ ରାଜ୍ୟରେ ପୁଣି ଉପରମୁହାଁ ପାରଦ । ଆଜିଠୁ ଆହୁରି ବଢିବ ତାପମାତ୍ରା । ଆସନ୍ତା ୨୪ ଘଣ୍ଟାରେ ୨ରୁ ୩ ଡିଗ୍ରୀ ତାପମାତ୍ରା ବଢିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପଶ୍ଚିମ ଓଡ଼ିଶାରେ ୪୦ ଡିଗ୍ରୀ ଛୁଇଁପାରେ ପାରଦ । ସେହିଭଳି ବାକି ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ ମଧ୍ୟରେ ରହିବା ସମ୍ଭାବନା ରହିଛି । ସେହିପରି କିଛି ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ବିଶେଷକରି ଆଜି କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହୋଇପାରେ ।

ସେହପରି ଚଳିତ ବର୍ଷ ଏପ୍ରିଲରୁ ଜୁନ୍‌ ମଧ୍ୟରେ ଦେଶରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି । ସ୍ୱାଭାବିକଠାରୁ ଅଧିକ ରହିବ ଦେଶର ଅନେକ ଅଞ୍ଚଳରେ ତାପମାତ୍ରା । ଚଳିତ ଗ୍ରୀଷ୍ମ ଋତୁ ପାଇଁ ଏଭଳି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (IMD) । IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଗ୍ରୀଷ୍ମର ଅତ୍ୟଧିକ ପ୍ରଭାବ କେନ୍ଦ୍ରୀୟ, ପୂର୍ବ ଏବଂ ଉତ୍ତର ପଶ୍ଚିମ ଭାଗରେ ରହିବ । ଦେଶର ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ୱାଭାବିକଠାରୁ ବହୁ ଅଧିକ ରହିବ।

Advertisment

ଆଇଏମଡି ଡିଜି ଆହୁରି କହିଛନ୍ତି, ଏପ୍ରିଲରୁ ଜୁନ୍ ମଧ୍ୟରେ ସାଧାରଣତଃ ୪ରୁ ୭ ଦିନ ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଥାଏ। ତେବେ ଏଥର କିନ୍ତୁ ତାଠୁ ଅଧିକ ୨ କିମ୍ବା ୪ ଦିନ ରହିବ ଗ୍ରୀଷ୍ମ ପ୍ରବାହ । ବିଶେଷକରି ରାଜସ୍ଥାନ, ଗୁଜରାଟ, ହରିୟାଣା, ପଞ୍ଜାବ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ଉତ୍ତର ପ୍ରଦେଶ, ବିହାର, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ଓଡ଼ିଶା, ଛତିଶଗଡ଼, ତେଲେଙ୍ଗାନା ଓ ଆନ୍ଧ୍ରପ୍ରଦେଶରେ ଗ୍ରୀଷ୍ମ ପ୍ରବାହର ପ୍ରକୋପ ଅଧିକ ରହିବ।

ସେହିଭଳି କର୍ଣ୍ଣାଟକ ଓ ତାମିଲନାଡ଼ୁର ଉତ୍ତର ଭାଗରେ ମଧ୍ୟ ଅଧିକ ଗରମ ଅନୁଭୂତ ହେବ । ଏଥର ମୌସୁମୀରେ ଏଲ୍ ନିନୋ ସମ୍ଭାବନା ନାହିଁ ବୋଲି ଆଇଏମଡି ଡିଜି ସ୍ପଷ୍ଟ କରିଛନ୍ତି ।

Advertisment

ଅଧିକ ପଢ଼ନ୍ତୁ: ବିଜେଡି ନେତା ପ୍ରଫୁଲ୍ଲ ଘଡ଼େଇଙ୍କ ବିସ୍ଫୋରକ ବୟାନ, କହିଲେ ମାଲିକ ଦୂର କରନ୍ତୁ ଦ୍ୱନ୍ଦ୍ୱ

Odisha Weather Update Low Pressure
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ