ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତାକାଲି ସୁଦ୍ଧା ଲଘୁଚାପ କ୍ଷେତ୍ରଟି ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହାପରେ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ।
ସୃଷ୍ଟି ହେଲା ଲଘୁଚାପ !! pic.twitter.com/mJlr4NwAmi
— Meteorological Centre, Bhubaneswar (@mcbbsr) May 8, 2023
ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ତେବେ ସମ୍ଭାବ୍ୟ ବାତ୍ୟା ନେଇ ଏ ପର୍ଯ୍ୟନ୍ତ ଓଡ଼ିଶା ପାଇଁ କୌଣସି ପୂର୍ବାନୁମାନ ବା ସତର୍କ ସୂଚନା ଜାରି କରାଯାଇ ନାହିଁ ବୋଲି ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ପୂର୍ବରୁ ସ୍ପଷ୍ଟ କରିଛନ୍ତି।