Advertisment

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଅଦ୍ୟତନ ହୋଇଛି
Weather Update

Low pressure area forms over southeast Bay of Bengal

Advertisment

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତାକାଲି ସୁଦ୍ଧା ଲଘୁଚାପ କ୍ଷେତ୍ରଟି ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହାପରେ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ।

Advertisment

ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ତେବେ ସମ୍ଭାବ୍ୟ ବାତ୍ୟା ନେଇ ଏ ପର୍ଯ୍ୟନ୍ତ ଓଡ଼ିଶା ପାଇଁ କୌଣସି ପୂର୍ବାନୁମାନ ବା ସତର୍କ ସୂଚନା ଜାରି କରାଯାଇ ନାହିଁ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ପୂର୍ବରୁ ସ୍ପଷ୍ଟ କରିଛନ୍ତି।

Advertisment

Low Pressure Area Weather Update
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ