ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୨୪ ସୁଦ୍ଧା ଅବପାତ; ଅଶାନ୍ତ ରହିବ ସମୁଦ୍ର

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ଓ ତତ୍ ସଂଲଗ୍ନ ଉତ୍ତର ତାମିଲନାଡୁ-ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।

Weather

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ଓ ତତ୍ ସଂଲଗ୍ନ ଉତ୍ତର ତାମିଲନାଡୁ-ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୫.୮ କିଲୋମିଟର ଯାଏ ବ୍ୟାପିଛି ।

ପାଣିପାଗ ବିଭାଗ ପୂର୍ବାନୁମାନ କରିଛି, ଲଘୁଚାପ ଉତ୍ତରପୂର୍ବ ଦିଗରେ ଗତି କରିବ । ଅଧିକ ଘନୀଭୂତ ହୋଇ ୨୪ ତାରିଖ ସକାଳେ ଡିପ୍ରେସନ୍ ବା ଅବପାତର ରୂପ ନେବ । ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ଉତ୍ତର-ପୂର୍ବ ଦିଗରେ ଗତି କରିପାରେ । ଏହାର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ ।

ଆଜିଠାରୁ ଦକ୍ଷିଣ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୩୫ରୁ ୪୫ କିଲୋମିଟର ବେଗରେ ବହିବ ପବନ । ୨୪ ତାରିଖ ସକାଳ ବେଳକୁ ପବନର ବଗ ସମୁଦ୍ରରେ ଅଧିକ ରହିବ । ଏହାକୁ ଦୃଷ୍ଟିରେ ରଖି ୨୩ ତାରିଖରୁ କେନ୍ଦ୍ରୀୟ ଓ ୨୪ରୁ ଉତ୍ତର ବଙ୍ଗୋପସାଗର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

ଯେଉଁମାନେ ସମୁଦ୍ରରେ ଅଛନ୍ତି ଫେରି ଆସିବାକୁ ସତର୍କ କରାଯାଇଛି । ଆସନ୍ତା ୨୫ ତାରିଖ ସୁଦ୍ଧା ଉପକୂଳ ଓ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୨୫ ତାରିଖରେ ପ୍ରବଳ ବର୍ଷା ନେଇ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

କାଲିଠୁ ମତ୍ସ୍ୟଜୀବୀଙ୍କୁ ଦକ୍ଷିଣ ବଙ୍ଗୋପସାଗରକୁ ପ୍ରବେଶ ବାରଣ କରାଯାଇଛି । ତେବେ ବାତ୍ୟା ନେଇ ଏଯାଏଁ କୌଣସି ଆକଳନ କରାଯାଇନି । ୨୨ ତାରିଖ ପରେ କିମ୍ବା ଲଘୁଚାପ ସୃଷ୍ଟି ହେବା ପରେ ହିଁ ଚିତ୍ର ସ୍ପଷ୍ଟ ହେବ । ଦୁଇ ଦିନ ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ ।

୨୪ ତାରିଖରେ ଜଗତସିଂହପୁର ଏବଂ କେନ୍ଦ୍ରପଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ୨୫ ତାରିଖ ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ଚେତାବନୀ ଜାରି ହୋଇଛି ।

ସୂଚନାଯୋଗ୍ୟ ମେ’୧୯ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଆଣ୍ଡାମାନ ସାଗର, ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ନିକୋବର ଦ୍ୱୀପ ପୁଞ୍ଜ ଛୁଇଁଛି । କେରଳକୁ ମୌସୁମୀ ବାୟୁ ଛୁଇଁବା ପରେ ଓଡ଼ିଶାରେ କେବେ ମୌସୁମୀ ବାୟୁ ପହଞ୍ଚିବ ସେନେଇ କୁହାଯାଇପାରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।