Advertisment

Heavy Rainfall: ଲଘୁଚାପ ପ୍ରଭାବରେ ଲାଗିରହିବ ପ୍ରବଳ ବର୍ଷା, ସତର୍କ ରୁହନ୍ତୁ ଏହି ୪ ଜିଲ୍ଲାବାସୀ...

ଲଘୁଚାପ ପ୍ରଭାବରେ ଜାରି ରହିବ ବର୍ଷା । ୪ ଜିଲ୍ଲାରେ ଅତି ପ୍ରବଳ ବର୍ଷା ପାଇଁ ରେଡ୍‌ ଆଲର୍ଟ ଜାରି ହୋଇଛି । ୭ ଜିଲ୍ଲାକୁ ଅରେଞ୍ଜ୍ ଓ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଲଗାଣ ବର୍ଷା ଯୋଗୁ ଉତ୍ତର ଓଡ଼ିଶାରେ ବନ୍ୟା ଆଶଙ୍କା ଦେଖାଦେଇଛି ।

Weather Update

Weather Update

Advertisment

ଆସନ୍ତା ୫ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ଲଘୁଚାପ କ୍ଷେତ୍ର ଯୋଗୁଁ ୫ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ ୪ ଜିଲ୍ଲାରେ ଅତ୍ୟନ୍ତ ବର୍ଷା ସମ୍ଭାବନା ଥିବାରୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ସେସବୁ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ବାଲେଶ୍ବର। ସେହିପରି ୭ ଜିଲ୍ଲାକୁ ଅରେଞ୍ଜ୍ ଓ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Advertisment

ଆସନ୍ତାକାଲି ପାଇଁ ଅତିପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଜିଲ୍ଲା ଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା । ତାସହ ପ୍ରବଳ ବର୍ଷା ନେଇ ବରଗଡ଼, ବଲାଙ୍ଗିର, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ଯାଜପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଓ ନବରଙ୍ଗପୁର ଭଳି ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ଯୋଗୁ ସୁବର୍ଣ୍ଣରେଖା ନଦୀ ବିପଦ ସଙ୍କେତ ପାର୍ କରିିଛି । ରାଜଘାଟରେ ବିପଦ ସଙ୍କେତ ଡେଇଁଛି ନଦୀର ଜଳସ୍ତର । ସେହିପରି ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ଜଳକା ନଦୀର ଜଳସ୍ତର ବଢୁଥିବାବେଳେ ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାରେ ବଡ଼ ବନ୍ୟା ହେବାର ଆଶଙ୍କା ରହିଛି । 

ଅଧିକ ପଢନ୍ତୁ: ଲଗାଣ ବର୍ଷାରେ ସ୍ଥିତି ବେହାଲ, ଦୁଇ ଜିଲ୍ଲାରେ ହୋଇପାରେ ବଡ଼ ବନ୍ୟା

IMD Forecast Heavy Rainfall Low Pressure
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ