• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Chandan Shishu

ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ମିଆଁମାର ଉପକୂଳ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପରେ ପରିଣତ ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ତେବେ ଏହାର ଓଡ଼ିଶା ଉପରେ ପ୍ରଭାବ ରହିବ କି ନାହିଁ, ତାହା ଜଣାପଡ଼ିନାହିଁ। 

ସେଟେ ରାଜ୍ୟରେ ଅସହ୍ୟ ଗରମ ଓ ଗୁଳୁଗୁଳି ଲାଗି ରହିଛି। କାଲି ଯାଏଁ ୭ ଜିଲ୍ଲା, କାଲିଠୁ ୧୪ ତାରିଖ ଯାଏଁ ୬ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି। କାଲିଠୁ ୧୪ ଯାଏଁ ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ସୁନ୍ଦରଗଡ଼ ଓ କେନ୍ଦୁଝରକୁ ହିଟ୍‌ ୱେଭ୍‌ ୱାର୍ଣ୍ଣିଂ ଜାରି କରାଯାଇଛି।

OTV is now on Whatsapp

Join and get latest news update delivered to you via whatsapp

Join Now