• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ଆଗାମୀ ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି ସମ୍ଭାବନା । ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗରର ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳରେ ୭.୬ କିମି ଉଚ୍ଚତା ଯାଏଁ ବାୟୁମଣ୍ଡଳରେ ସକ୍ରିୟ ରହିଛି ଘୁର୍ଣ୍ଣିବଳୟ ।

ଆଉ ଏହାର ପ୍ରଭାବରେ ୨୪ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ରାଜ୍ୟରେ ଏବେ ମୌସୁମୀ ବର୍ଷା ଲାଗି ରହିଥିବା ବେଳେ ଆଗକୁ ଲଘୁଚାପ ଆସୁଥିବାରୁ ବର୍ଷା ବଢ଼ିବା ସମ୍ଭାବନା ରହିଛି ।

ସେପଟେ ଆଜି ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଂଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହା ବାଦ୍ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳ, କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।