Advertisment

ବଳ ଗୋଟାଉଛି ବାତ୍ୟା ! ୩ ତାରିଖ ମଧ୍ୟରାତ୍ରରୁ ବଢ଼ିବ ପବନର ବେଗ, ପ୍ରବଳ ବର୍ଷା ସମ୍ଭାବନା

ଆଣ୍ଡାମାନ ସାଗରରେ ବଳ ଗୋଟାଉଛି ସମ୍ଭାବ୍ୟ ବାତ୍ୟା। ୩ ତାରିଖ ରାତିରୁ ଓଡ଼ିଶା ଉପକୂଳରେ ବର୍ଷା ଆରମ୍ଭ ହେବାର ସମ୍ଭାବନା ରହିଛି। ୩ ତାରିଖ ମଧ୍ୟରାତ୍ରରୁ ପବନ ବଢ଼ି ଘଣ୍ଟା ପ୍ରତି ୪୫ରୁ ୫୫ କି.ମି. ବେଗରେ ପବନ ବହି ପାରେ।

ଅଦ୍ୟତନ ହୋଇଛି
Low Pressure Area Over Andaman Sea

Low Pressure Area Over Andaman Sea

Advertisment

ଭୁବନେଶ୍ୱର: ଆଣ୍ଡାମାନ ସାଗରରେ ବଳ ଗୋଟାଉଛି ସମ୍ଭାବ୍ୟ ବାତ୍ୟା। କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ପହଞ୍ଚିଛି ଲଘୁଚାପ କ୍ଷେତ୍ର। ଏହା କ୍ରମଶଃ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ୨ ତାରିଖରେ ଅବପାତ(ଡିପ୍ରେସନ)ର ରୂପ ନେଇପାରେ। ଏହାର ପରବର୍ତ୍ତୀ ୨୪ ଘଣ୍ଟାରେ ଅର୍ଥାତ୍‌ ୩ ତାରିଖରେ ବଙ୍ଗୋପସାଗର ଅଞ୍ଚଳରେ ଏହା ବାତ୍ୟାର ରୂପ ନେବା ସମ୍ଭାବନା ରହିଛି। ଏହାପରେ ଓଡ଼ିଶା ଉପକୂଳ ମୁହାଁ ହୋଇପାରେ ବାତ୍ୟା।

Advertisment

ଏହାର ପ୍ରଭାବରେ ୩ ତାରିଖ ରାତିରୁ ଓଡ଼ିଶା ଉପକୂଳରେ ବର୍ଷା ଆରମ୍ଭ ହେବାର ସମ୍ଭାବନା ରହିଛି। ୩ ତାରିଖ ମଧ୍ୟରାତ୍ରରୁ ପବନର ବେଗ ବଢ଼ି ଘଣ୍ଟା ପ୍ରତି ୪୫ରୁ ୫୫ କି.ମି. ରହିପାରେ। ଏହା ପରଦିନ ସକାଳେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ବାତ୍ୟା ପହଞ୍ଚିପାରେ। ଉପକୂଳରେ ପହଞ୍ଚିଲେ ବି ଏହା ତୁରନ୍ତ ଉପକୂଳ ଅତିକ୍ରମ କରିବ ନାହିଁ। ଉପକୂଳରୁ ଉତ୍ତର-ଉତ୍ତରପୂର୍ବ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଯାହାର ପ୍ରଭାବ ସମଗ୍ର ଉପକୂଳ ଓଡ଼ିଶାରେ ଅଧିକ ରହିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। 

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଗଞ୍ଜାମ, ପୁରୀ, ଜଗତସିଂହପୁରର କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ। ଏନେଇ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ଏସ୍‌‌ଆରସି ପରାମର୍ଶ ଦେଇଛନ୍ତି। ସମ୍ଭାବ୍ୟ ବାତ୍ୟା ନେଇ ଜିଲ୍ଲାପାଳମାନେ ସଜାଗ ରହିବା ସହ ପରିସ୍ଥିତି ଉପରେ କଡ଼ା ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରବଳ ବର୍ଷା ଓ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ଅରେଞ୍ଜ, ୟେଲୋ ୱାର୍ଣ୍ଣିଂ ଥିବା ଜିଲ୍ଲା ଗୁଡ଼ିକ ମୁକାବିଲା ପାଇଁ ପ୍ରସ୍ତୁତ ହେବା ସହ ଜଳବନ୍ଦୀ, ବନ୍ୟା ଭଳି ସ୍ଥିତି ଓ ଭୂସ୍ଖଳନ ନେଇ ସତର୍କ ରହିବାକୁ ଏସ୍‌ଆର୍‌ସି ପରାମର୍ଶ ଦେଇଛନ୍ତି। ୨୪ ଘଣ୍ଟା କଣ୍ଟ୍ରୋଲ ରୁମ୍ ଚାଲୁ କରିବାକୁ ମଧ୍ୟ ଏସ୍‌‌ଆରସି ନିର୍ଦ୍ଦେଶ ଦେଇଛନ୍ତି। 

Advertisment
Cyclone Threat To Odisha Cyclone Warning Rain In Odisha Cyclone Heavy Rainfall Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ