Advertisment

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଅବପାତର ରୂପ ନେଇପାରେ ଲଘୁଚାପ କ୍ଷେତ୍ର

ପୂର୍ବକେନ୍ଦ୍ରୀୟ ଓ ଏହା ତତ୍‌ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଆହୁରି ଅଧିକ ଘନୀଭୂତ ହୋଇ ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତର ରୂପ ନେବାର ସମ୍ଭାବନା ରହିଛି।

Low Pressure Area Over Bay of Bengal

Low Pressure Area Over Bay of Bengal

Advertisment

ଭୁବନେଶ୍ୱର: ପୂର୍ବକେନ୍ଦ୍ରୀୟ ଓ ଏହା ତତ୍‌ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଆହୁରି ଅଧିକ ଘନୀଭୂତ ହୋଇ ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତର ରୂପ ନେବାର ସମ୍ଭାବନା ରହିଛି। ୨-୩ ମଧ୍ୟରେ ଏହା ଉତ୍ତର ଓଡ଼ିଶା ଓ ଛତିଶଗଡ଼ ଦେଇ ଗତି କରିପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। 

Advertisment

ଏହାର ପ୍ରଭାବରେ ଆସନ୍ତାକାଲି ଠାରୁ ୨ ଦିନ  ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି। ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ୧୨ତାରିଖରୁ ୧୪ ତାରିଖ ଯାଏ ସମୁଦ୍ର ମଧ୍ୟକୁ ନଯିବା ଲାଗି ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି।  

Advertisment

ପୂର୍ବରୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍‌.ଆର ବିଶ୍ୱାସଙ୍କ ସୂଚନା ଦେଇଥିଲେ, ‘୧୧ ତାରିଖରେ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବାବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୧୨ ଓ ୧୩ ତାରିଖରେ ପ୍ରବଳରୁ ଅଧିକ ମାତ୍ରାରେ ପ୍ରବଳ ବର୍ଷା ହୋଇପାରେ।’ 

Advertisment
Odisha Heavy Rainfall Alert Low Pressure Bay Of Bengal
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ