Advertisment

୩ ଦିନ ଛେଚିବ, ୫୦ କିମି ବେଗରେ ବହିବ ପବନ !

ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ୧୧ରୁ ୧୩ ତାରିଖ ଯାଏଁ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଉତ୍ତର ଓଡ଼ିଶାର ଉପକୂଳବର୍ତ୍ତୀ, ଆଭ୍ୟନ୍ତରୀଣ ତଥା ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ୧୧ରୁ ୧୩ ତାରିଖ ଯାଏଁ ୟେଲୋ ୱାର୍ଣିଂ ଜାରି କରାଯାଇଛି।

Heavy Rainfall Alert

heavy rainfall

Advertisment

ଭୁବନେଶ୍ୱର: ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଗୋଟିଏ ଲଘୁଚାପ ନଯାଉଣୁ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ। ଏହାର ପ୍ରଭାପରେ ପ୍ରବଳ ବର୍ଷିବ, ୪୦ କିମି ବେଗରେ ପବନ ବହିବ। ବର୍ଷା ନେଇ ଉପକୂଳବର୍ତ୍ତୀ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସମୁଦ୍ର  ଅଶାନ୍ତ ରହିବ। ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ କୁହାଯାଇଛି। ଏହି ଲଘୁଚାପ ସୃଷ୍ଟି ହେଲେ ଏହା ଚଳିତ ମୌସୁମୀ ଋତୁର ସପ୍ତମ ଲଘୁଚାପ ହେବ।

Advertisment

ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ସେପ୍ଟେମ୍ୱର ୧୧ରୁ ୧୩ ତାରିଖ ଭିତରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ।  ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଅନୁସାରେ ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି ରହିବ। ସେପ୍ଟେମ୍ୱର ୧୧ ତାରିଖ ବେଳକୁ ଉତ୍ତର ତତ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ୪୮ ଘଣ୍ଟା ମଧ୍ୟରେ ଆହୁରି ଘନିଭୂତ ହେବାର ପୂର୍ବାନୁମାନ କରାଯାଉଛି। 

ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ୧୧ରୁ ୧୩ ତାରିଖ ଯାଏଁ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଉତ୍ତର ଓଡ଼ିଶାର ଉପକୂଳବର୍ତ୍ତୀ, ଆଭ୍ୟନ୍ତରୀଣ ତଥା ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ୧୧ରୁ ୧୩ ତାରିଖ ଯାଏଁ ୟେଲୋ ୱାର୍ଣିଂ ଜାରି କରାଯାଇଛି।

Advertisment

ଲଘୁଚାପ ପ୍ରଭାବରେ ଓଡ଼ିଶା ଉପକୂଳ, ପଶ୍ଚିମ-କେନ୍ଦ୍ରୀୟ ତତ-ସଙ୍ଗଗ୍ନ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଝଡ଼ ପବନ ହେବ। ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିବ। ମଝିରେ ମଝିରେ ଝଟକା ପବନର ବେଗ ୬୦ କିମି ରହିବାର ସମ୍ଭାବନା ରହିଛି। ତେଣୁ ଏହି ସମୟରେ ଓଡ଼ିଶା ଉପକୂଳ, ପଶ୍ଚିମ-କେନ୍ଦ୍ରୀୟ ତତ-ସଂଲଗ୍ନ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସମୁଦ୍ର ଅଶାନ୍ତ ରହିବ। ୧୨ ଓ ୧୩ ତାରିଖ ଭିତରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ କୁହାଯାଇଛି।

Advertisment
Yellow Warning Odisha Weather Heavy Rainfall Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ