• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହା ସୃଷ୍ଟି ହୋଇଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା । ଏହା ଘନୀଭୂତ ହୋଇ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ । ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି ।

 

ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଆଗାମୀ ୪୮ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡିଶା ଉପକୂଳ ସମୁଦ୍ର ମଧ୍ୟରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରେ ପରିଣତ ହେବା ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ଟ୍ୱିଟ୍ କରିଛି ।

 

୮ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ଏହାର ପ୍ରଭାବ ରହିବ । ୮ ତାରିଖରେ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ। ୯ ତାରିଖରେ ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି।  ସେହିପରି ୧୦ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାରେ ଏହାର ପ୍ରଭାବ ରହିବ ବୋଲି ଆକଳନ କରାଯାଇଛି। ୮ ତାରିଖରେ ୧୩ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ମାଲକାନଗିରି, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା। 

୯ ତାରିଖରେ ୮ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡିକ ହେଲା- ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର, କୋରାପୁଟ। ଏହି ସବୁ ଜିଲ୍ଲାରେ କିଛି ସ୍ଥାନରେ ୧୧ ସେଣ୍ଟିମିଟରରୁ ୨୦ ସେଣ୍ଟିମଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ୯ ତାରିଖ ପାଇଁ ପାର୍ଶ୍ୱବର୍ତ୍ତୀ ୧୨ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ମଧ୍ୟ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। 

୧୦ ତାରିଖରେ ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ସୋନପୁର ଓ ବରଗଡ଼। ଏହିସବୁ ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।