• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଲଘୁଚାପ କ୍ଷେତ୍ର ପ୍ରଭାବରେ ୧୫ ତାରିଖରୁ ପାଗ ମେଘୁଆ ରହିବା ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଦକ୍ଷିଣପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଆଣ୍ଡାମାନ ସାଗରରେ ଲଘୁଚାପ ହୋଇଛି ।

୧୬ ତାରିଖ ବେଳକୁ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି । ପଶ୍ଚିମ-ଉତ୍ତର ପଶ୍ଚିମ ଦିଗ ଗତି କରି ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ..

ସେପଟେ ଉତ୍ତରରୁ ଉପକୂଳ, ପଶ୍ଚିମରୁ ଦକ୍ଷିଣ ସବୁଠି ଲାଗିଲାଣି ଥଣ୍ଡା । ସକାଳୁ ମେଘୁଆ ପାଗ ରହୁଥିବା ବେଳେ ରାତିରେ ପାରଦ କମିଛିା ବିଶେଷ ଭାବେ କନ୍ଧମାଳ, କୋରାପୁଟ, ସୁନ୍ଦରଗଡ଼, ମୟୂରଭଞ୍ଜ ଜିଲ୍ଲାରେ ଥଣ୍ଡା ଅଧିକ ଅନୁଭୂତ ହେଉଛିା ଶୀତ ଆସିବା ପରେ ଲୋକଙ୍କ ଦିନଚର୍ଯ୍ୟାରେ ବି ପରିବର୍ତ୍ତନ ରହିଛି ।

OTV is now on Whatsapp

Join and get latest news update delivered to you via whatsapp

Join Now