Advertisment

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପ୍ରବଳ ବର୍ଷିବ !

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।

ଅଦ୍ୟତନ ହୋଇଛି
Low Pressure Alert In Odisha

Low pressure forms over BoB

Advertisment

ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Advertisment

ଆସନ୍ତାକାଲି ସକାଳେ ସାଢ଼େ ୮ଟା ଯାଏ ପ୍ରବଳ ବର୍ଷା ନେଇ ଅଧିକାଂଶ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜବାଲେଶ୍ୱର

Advertisment

ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ସେପ୍ଟେମ୍ବର ୫ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ବାଲେଶ୍ୱର। ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। 

Advertisment

ସେପ୍ଟେମ୍ବର ୫ ତାରିଖ ସକାଳେ ସାଢ଼େ ୮ଟାରୁ ସେପ୍ଟେମ୍ବର ୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ସେପ୍ଟେମ୍ବର ୬ ତାରିଖ ସକାଳେ ସାଢ଼େ ୮ଟାରୁ ସେପ୍ଟେମ୍ବର ୭ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ସତର୍କ ସୂଚନା ଜାରି କରାଯାଇଛି। 

Rain In Odisha Heavy Rainfall Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ