/odishatv-khabar/media/post_attachments/uploadimage/library/16_9/16_9_0/rain_1755920362.jpg)
rain
ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୨୭ ଯାଏ ପ୍ରବଳ ବର୍ଷିବ । ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ପାର୍ଶ୍ବବର୍ତ୍ତୀ ବାଂଲାଦେଶ ଅଞ୍ଚଳରେ ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଓ ତାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟ ହୋଇଛି । ଯାହା ଆଗାମୀ ୨୪ ଘଣ୍ଟାରେ ଉତ୍ତରପଶ୍ଚିମ ଦିଗରେ ଝାଡଖଣ୍ଡ ଦେଇ ଗତିକରିବାର ସମ୍ଭାବନା ଅଛି ।
Advertisment
ସେପଟେ ଆଜି ସକାଳ ସାଢେ ୮ଟା ସୁଦ୍ଧା ସୁନ୍ଦରଗଡ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି କେନ୍ଦୁଝର, ମୟୂରଭଂଜ, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା କହିଛି ପାଣିପାଗ କେନ୍ଦ୍ର ।
ବିଜୁଳି ଘଡ଼ଘଡ଼ି ସହ ବର୍ଷା ଏବଂ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଆସନ୍ତା ୨୭ ତାରିଖ ଯାଏଁ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ...
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)




/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)