/odishatv-khabar/media/post_attachments/uploadimage/library/16_9/16_9_0/Weather__1689505165.jpg)
Weather
ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ । ଉତ୍ତର ଓଡ଼ିଶା-ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପତ୍ୟକାରେ ଲଘୁଚାପ ସୃଷ୍ଟି ହୋଇଛି । ପଶ୍ଚିମବଙ୍ଗ ଉପତ୍ୟକା ଓ ଝାଡ଼ଖଣ୍ଡ
ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ସୂଚନା ଦେଇଛି ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ଧରି ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ସତର୍କ କରିଛି ବନେଶ୍ୱର ଅଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିଭଳି ଆସନ୍ତାକାଲି ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାର ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଫଳରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏପରିକି ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି ।
କାଲି ପର୍ଯ୍ୟନ୍ତ ଦକ୍ଷିଣ ଓ ଆଭ୍ୟନ୍ତର ଓଡ଼ିଶାର ୧୧ ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଦକ୍ଷିଣ ଓ ଆଭ୍ୟନ୍ତରରେ ୭ରୁ ୧୧ ସେମି ବର୍ଷା ନେଇ ସତର୍କ ସୂଚନା ରହିଛି । ସେପଟେ ରାଜ୍ୟରେ ଗତ ଦୁଇ ଦିନ ହେଲା ବର୍ଷା ଜାରି ରହିଛି । ଲଗାଣ ବର୍ଷା ଫଳରେ କଟକ ଓ ଭୁବନେଶ୍ୱରରେ ସ୍ଥିତି ସଙ୍ଗୀନ ହୋଇଛି । ସହରର ବିଭିନ୍ନ ସ୍ଥାନରେ ପାଣି ଜମି ରହିବାରୁ ଲୋକମାନେ ନାହିଁନଥିବାର ହଇରାଣ ହେଉଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)