Advertisment

ସୃଷ୍ଟି ହେଲା ଲଘୁଚାପ; ରାଜ୍ୟରେ ୫ ଦିନ ପ୍ରବଳ ବର୍ଷିବ !

ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ସତର୍କ କରିଛି ବନେଶ୍ୱର ଅଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିଭଳି ଆସନ୍ତାକାଲି ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାର ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ଅଦ୍ୟତନ ହୋଇଛି
Weather

Weather

Advertisment

ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ । ଉତ୍ତର ଓଡ଼ିଶା-ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପତ୍ୟକାରେ ଲଘୁଚାପ ସୃଷ୍ଟି ହୋଇଛି । ପଶ୍ଚିମବଙ୍ଗ ଉପତ୍ୟକା ଓ ଝାଡ଼ଖଣ୍ଡ
ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ସୂଚନା ଦେଇଛି ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ଧରି ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Advertisment

ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ସତର୍କ କରିଛି ବନେଶ୍ୱର ଅଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିଭଳି ଆସନ୍ତାକାଲି ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାର ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଫଳରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏପରିକି ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି ।

କାଲି ପର୍ଯ୍ୟନ୍ତ ଦକ୍ଷିଣ ଓ ଆଭ୍ୟନ୍ତର ଓଡ଼ିଶାର ୧୧ ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଦକ୍ଷିଣ ଓ ଆଭ୍ୟନ୍ତରରେ ୭ରୁ ୧୧ ସେମି ବର୍ଷା ନେଇ ସତର୍କ ସୂଚନା ରହିଛି । ସେପଟେ ରାଜ୍ୟରେ ଗତ ଦୁଇ ଦିନ ହେଲା ବର୍ଷା ଜାରି ରହିଛି । ଲଗାଣ ବର୍ଷା ଫଳରେ କଟକ ଓ ଭୁବନେଶ୍ୱରରେ ସ୍ଥିତି ସଙ୍ଗୀନ ହୋଇଛି । ସହରର ବିଭିନ୍ନ ସ୍ଥାନରେ ପାଣି ଜମି ରହିବାରୁ ଲୋକମାନେ ନାହିଁନଥିବାର ହଇରାଣ ହେଉଛନ୍ତି । 

Advertisment

Low Pressure IMD's Forecast
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ