• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାସହ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏ ବ୍ୟାପିଛି | ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। 

ସେପଟେ ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ଟ୍ୱିନ୍‌ ସିଟିରେ ବର୍ଷା ଲାଗି ରହିବ। କଟକ ଓ ଭୁବନେଶ୍ୱରରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହାସହ ‍ବର୍ଷା ସମ୍ଭାବନା ନେଇ ଆଉ କିଛି ଜିଲ୍ଲାକୁ ମଧ୍ୟ ଆଲର୍ଟ କରାଯାଇଛି।

ଏହି ଜିଲ୍ଲା ଗୁଡ଼ିକ ହେଲା- ଢେଙ୍କନାଳ, ଅନୁଗୁଳ, ବାଲେଶ୍ୱର, ଭଦ୍ରକ, କଟକ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୁବର୍ଣ୍ଣପୁର, ନୂଆପଡ଼ା ଓ ବଲାଙ୍ଗିର।