Advertisment

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୩ ଘଣ୍ଟା ଯାଏ ବର୍ଷିବ !

ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସେପଟେ ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ଟ୍ୱିନ୍‌ ସିଟିରେ ବର୍ଷା ଲାଗି ରହିବ।

Low pressure forms over northwest Bay of Bengal

Low pressure forms over northwest Bay of Bengal

Advertisment

ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାସହ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏ ବ୍ୟାପିଛି | ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। 

Advertisment

ସେପଟେ ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ଟ୍ୱିନ୍‌ ସିଟିରେ ବର୍ଷା ଲାଗି ରହିବ। କଟକ ଓ ଭୁବନେଶ୍ୱରରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହାସହ ‍ବର୍ଷା ସମ୍ଭାବନା ନେଇ ଆଉ କିଛି ଜିଲ୍ଲାକୁ ମଧ୍ୟ ଆଲର୍ଟ କରାଯାଇଛି।

Advertisment

ଏହି ଜିଲ୍ଲା ଗୁଡ଼ିକ ହେଲା- ଢେଙ୍କନାଳ, ଅନୁଗୁଳ, ବାଲେଶ୍ୱର, ଭଦ୍ରକ, କଟକ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୁବର୍ଣ୍ଣପୁର, ନୂଆପଡ଼ା ଓ ବଲାଙ୍ଗିର। 

Low Pressure Area
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ