/odishatv-khabar/media/post_attachments/uploadimage/library/16_9/16_9_0/s_1694519568.jpg)
Low Pressure In 24 Hours Red Alert For Heavy Rainfall In Odisha
୨୪ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ ଘନିଭୂତ ହେବାର ସମ୍ଭାବନା ରହିଛି। ଗତକାଲିର ଘୂର୍ଣ୍ଣିବଳୟ ଆଜି କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ-ପାର୍ଶ୍ଵବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
୨୪ଘଣ୍ଟାରେ #ଲଘୁଚାପ!!
ଗତ କାଲିର ଘୂର୍ଣ୍ଣିବଳୟ ଆଜି କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ପ୍ରଭାବରେ ଆଗାମୀ #୨୪ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ-ପାର୍ଶ୍ଵବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବର ସମ୍ଭାବନା ରହିଛି pic.twitter.com/CVWUnCv0UZ— Meteorological Centre, Bhubaneswar (@mcbbsr) September 12, 2023
ଆଜି ଓ ଆସନ୍ତାକାଲି ୨ ଦିନ ଧରି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। କିଛି ଜିଲ୍ଲାରେ ରେଡ୍ ଆଲର୍ଟ ଜାରି କରାଯାଇଛି । ଆସନ୍ତାକାଲି ସକାଳ ସାଢେ ୮ଟା ପର୍ଯ୍ୟନ୍ତ ୬ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଛି।
କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର ଓ କନ୍ଧମାଳରେ ଅତି ପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି କରାଯାଇଛି। ଏହାସହ ଆସନ୍ତାକାଲି ପାଇଁ ୨୨ ଜିଲ୍ଲା ପାଇଁ ବିଜୁଳି ଓ ଘଡ଼ଘଡ଼ି ନେଇ ଆଲର୍ଟ ଜାରି କରାଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)