Advertisment

୨୪ଘଣ୍ଟାରେ ଲଘୁଚାପ ! ଆଜି ଓ କାଲି ପ୍ରବଳ ବର୍ଷା ସମ୍ଭାବନା...

୨୪ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ ଘନିଭୂତ ହେବାର ସମ୍ଭାବନା ରହିଛି। ଆଜି ଓ ଆସନ୍ତାକାଲି ୨ ଦିନ ଧରି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Low Pressure In 24 Hours Red Alert For Heavy Rainfall In Odisha

Low Pressure In 24 Hours Red Alert For Heavy Rainfall In Odisha

Advertisment

୨୪ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ ଘନିଭୂତ ହେବାର ସମ୍ଭାବନା ରହିଛି। ଗତକାଲିର ଘୂର୍ଣ୍ଣିବଳୟ ଆଜି କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ-ପାର୍ଶ୍ଵବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। 

Advertisment

ଆଜି ଓ ଆସନ୍ତାକାଲି ୨ ଦିନ ଧରି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। କିଛି ଜିଲ୍ଲାରେ ରେଡ୍ ଆଲର୍ଟ ଜାରି କରାଯାଇଛି । ଆସନ୍ତାକାଲି ସକାଳ ସାଢେ ୮ଟା ପର୍ଯ୍ୟନ୍ତ ୬ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଛି।

Advertisment

କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର ଓ କନ୍ଧମାଳରେ ଅତି ପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି କରାଯାଇଛି। ଏହାସହ ଆସନ୍ତାକାଲି ପାଇଁ ୨୨ ଜିଲ୍ଲା ପାଇଁ ବିଜୁଳି ଓ ଘଡ଼ଘଡ଼ି ନେଇ ଆଲର୍ଟ ଜାରି କରାଯାଇଛି।

Heavy Rainfall Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ