Advertisment

Low Pressure : ତାତିରୁ ମିଳିବ ଆଶ୍ବସ୍ତି, ବଙ୍ଗୋପ ସାଗରରେ ଲଘୁଚାପ ସମ୍ଭାବନା

୧୩ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ପ୍ରଦାନ କରାଯାଇଛି। ଏହା ସହିତ ଆସନ୍ତା କାଲି ପାଇଁ ୨୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଚେତାବନୀ ମିଳିଛି।

author-image
Saroj Kumar Jena
low pressure

low pressure

ରାଜ୍ୟରେ ଅସହ୍ୟ ହେଲାଣି ତାତି । ଡହଡହ ଖରାରେ ଅସହ୍ୟ ଯନ୍ତ୍ରଣା ଭୋଗୁଛନ୍ତି ରାଜ୍ୟବାସୀ। ମୌସୁମୀ ଆସି ଉଭାନ ହୋଇ ଯାଇଥିବା ବେଳେ ଖରାରେ କିଭଳି ଦିନ କଟିବ ସେ ନେଇ ଚିନ୍ତାରେ ପଡ଼ିଛନ୍ତି ରାଜ୍ୟବାସୀ। ତେବେ ଏହା ମଧ୍ୟରେ ପାଣିପାଗ ବିଭାଗର ପୂର୍ବନୁମାନ ରାଜ୍ୟବାସୀଙ୍କୁ ସାମାନ୍ୟ ଆଶ୍ୱସ୍ତି ଦେଇଛି। ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି ହୋଇଥିବା ବେଳେ ତାତିରୁ ଆଶ୍ବସ୍ତି ମିଳିବାକୁ ଯାଉଛି।

Advertisment

ଅଧିକ ପଢ଼ନ୍ତୁ: ରାଜ୍ୟରେ ଭୀଷଣ ଗରମ ଓ ଗୁଳୁଗୁଳି; ଏଇ ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ବଙ୍ଗୋପସାଗରେ ଲଘୁଚାପ ସମ୍ଭାବନା ଦେଖା ଦେଇଛି। ରବିବାର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ଆସନ୍ତା ୧୩ ତାରିଖ ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ପାଣିପାଗ ବିଭାଗ ପକ୍ଷରୁ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ପ୍ରଦାନ କରାଯାଇଛି। ଏହା ସହିତ ଆସନ୍ତା କାଲି ପାଇଁ ୨୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଚେତାବନୀ ମିଳିଛି।

Advertisment

ଏହାର ପ୍ରଭାବରେ ବଙ୍ଗୋପ ସାଗର ଓ ଆଣ୍ଡାମାନ ସାଗର ଉପରେ ପାଗ ମେଘୁଆ ରହିବ। ଆକାଶ ବାଦଲରେ ଆଛାଦିତ ହେବ ବୋଲି ଅନୁମାନ କରାଯାଇଛି । ସେହିପରି ଆରବ ସାଗର ଉପରେ ଘୂର୍ଣ୍ଣି ବଳୟ ସୃଷ୍ଟି ସମ୍ଭାବନା ଦେଖାଦେଇଛି।

ଅନ୍ୟପକ୍ଷରେ, ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା ଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ।

ଅଧିକ ପଢ଼ନ୍ତୁ: ରାଜ୍ୟରେ ଭୀଷଣ ଗରମ ଓ ଗୁଳୁଗୁଳି; ଏଇ ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

IMD Bay Of Bengal Low Pressure
Advertisment
Advertisment