Advertisment

୧୮ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା

ଆସନ୍ତା ୧୮ ତାରିଖ ଆଡ଼କୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି।

ଅଦ୍ୟତନ ହୋଇଛି
low pressure alert for odisha

Low pressure likely over Bay of Bengal around August 18

Advertisment

ଆସନ୍ତା ୧୮ ତାରିଖ ଅର୍ଥାତ୍‌ ଶୁକ୍ରବାର ଆଡ଼କୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଉତ୍ତର-ପୂର୍ବ, ତତ୍‌-ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ଅଛି।

Advertisment

ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ୪.୫ ରୁ ୭.୬ କି.ମି. ଉଚ୍ଚତା ମଧ୍ୟରେ ଏହି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ୧୮ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ତା’ର ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି। 

Advertisment

ସେପଟେ ଆଜି ମୁଖ୍ୟତଃ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରୋ ବିଶେଷ ଭାବେ ଅନୁଗୁଳଦେବଗଡ଼ ଏବଂ ସମ୍ବଲପୁରରେ ବର୍ଷା ହେବାର ସମ୍ଭାବନା ରହିଛି।ଏହାପରେ ଆସନ୍ତା ଦୁଇ ଦିନରେ ଉପକୂଳରୁ ଉତ୍ତର ଏବଂ ପଶ୍ଚିମ ଓଡ଼ିଶାରେ ବର୍ଷା ହୋଇପାରୋ

Weather Update Low Pressure
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ