Advertisment

୨୬ ସୁଦ୍ଧା ଆଣ୍ଡାମାନ ସାଗର ଅଞ୍ଚଳରେ ଲଘୁଚାପ !

୨୭ ତାରିଖ ବେଳକୁ ଲଘୁଚାପ ଅବପାତରେ ପରିଣତ ସମ୍ଭାବନା ରହିଛି ।

ଅଦ୍ୟତନ ହୋଇଛି
Low Pressure Alert

Low Pressure

Advertisment

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ । ୨୬ ତାରିଖ ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ପାଣିପାଗ ବିଭାଗ ପକ୍ଷରୁ ଏନେଇ ଆକଳନ କରାଯାଇଛି । ଆଣ୍ଡାମାନ ସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ପରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ । ୨୭ ତାରିଖ ବେଳକୁ ଲଘୁଚାପ ଅବପାତରେ ପରିଣତ ସମ୍ଭାବନା ରହିଛି । ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗର ଅଞ୍ଚଳରେ ଏହା ଅବପାତରେ ପରିଣତ ହୋଇପାରେ ।

Advertisment

ତେବେ ପରବର୍ତ୍ତୀ ଅବସ୍ଥାରେ ଏହା କଣ ରୂପ ନେବ ତାହା ସ୍ପଷ୍ଟ ହୋଇନି । ସେପଟେ ବାତ୍ୟାକୁ ନେଇ ହେଉଥିବା ଚର୍ଚ୍ଚାକୁ ସ୍ପଷ୍ଟ କରିଛି ପାଣିପାଗ ବିଭାଗ । ଏବେ ବାତ୍ୟା ସମ୍ପର୍କରେ କୌଣସି ସୂଚନା ନାହିଁ ।

Weather Update Low Pressure
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ