/odishatv-khabar/media/post_attachments/uploadimage/library/16_9/16_9_0/IMAGE_1700884336.jpg)
Low pressure likely over bay of bengal around nov 26
ଆସନ୍ତାକାଲି ଦକ୍ଷିଣ ଆଣ୍ଡାମାନ ସାଗରରେ ଘୁର୍ଣ୍ଣିବଳୟ ସମ୍ଭାବନା । ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ଆଣ୍ଡାମାନ ସାଗର ପାର୍ଶ୍ବବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପ ସାଗର ଅଞ୍ଚଳରେ ୨୭ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ଧିରେ ଧିରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ ।
ଆହୁରି ଘନୀଭୂତ ହୋଇ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତ ବା ଡିପ୍ରେସନର ରୂପ ନେବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ ବିଶେଷ ପଡ଼ିବାର ସମ୍ଭାବନା ନାହିଁ ବୋଲି ପାଣିପାଗ ବିଭାଗ କରିଥିବା ଆକଳନରୁ ଜଣା ପଡ଼ିଛି ।
୨୭ ରେ #ଲଘୁଚାପ , ୨୯ରେ #ଅବପାତ ସମ୍ଭାବନା !! pic.twitter.com/fyx7wjT31z
— Meteorological Centre, Bhubaneswar (@mcbbsr) November 24, 2023
ଅନ୍ୟପଟେ ଆସନ୍ତା ପାଞ୍ଚ ଦିନ ଯାଏଁ ରାଜ୍ୟରେ ପାଗ ଶୁଖିଲା ରହିବ । ଉପକୂଳ ଓଡ଼ିଶାରେ ଡିସେମ୍ବର ପହିଲା ଯାଏଣ ତାପମାତ୍ରା ଅପରିବର୍ତ୍ତିତ ରହିବ । ପରେ କମିବାର ସମ୍ଭାବନା ରହିଛି । ଅଭ୍ୟନ୍ତରୀଣ ଦକ୍ଷିଣ ଓ କେନ୍ଦ୍ରୀୟ ଅଞ୍ଚଳରେ ରାତି ତାପମାତ୍ରା ପ୍ରାୟ ଦୁଇରୁ ତିନି ଡିଗ୍ରୀ ଯାଏଁ କମିପାରେ । ଡିସେମ୍ବର ପ୍ରଥମ ସପ୍ତାହ ସୁଦ୍ଧା ସାରା ରାଜ୍ୟରେ ଶୀତ ପଡ଼ିବ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)