• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ଆଗାମୀ ୨୨ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ପ୍ରାଥମିକ ସ୍ତରରେ ଉତ୍ତରପୂର୍ବ ଦିଗରେ ଲଘୁଚାପ ଗତି କରିପାରେ ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି ।

ଲଘୁଚାପ ଅଧିକ ଘନୀଭୂତ ହୋଇ ୨୪ରେ ଅବପାତ ରୂପ ନେବା ସମ୍ଭାବନା ରହିଛି । ତେଣେ ଆସନ୍ତା ୨୦ ଓ ୨୧ ତାରିଖ ପାଇଁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୬ ଜିଲ୍ଲାକୁ ପାଣିପାଗ ବିଭାଗ ଦେଇଛି ୟେଲୋ ୱାର୍ଣ୍ଣିଂ । ୨୦, ୨୧ ତାରିଖ ପାଇଁ ସତର୍କ ସୂଚନା ଜାରି ହୋଇଛି । ଆଜିଠୁ ୨୧ ତାରିଖ ଯାଏ ତାପମାତ୍ରା ୩ରୁ ୫ ଡିଗ୍ରୀ ବୃଦ୍ଧି ପାଇବ ।

ସେପଟେ୨୦ ତାରିଖ ପାଇଁ ୬ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି କରିଛି । ବରଗଡ଼, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, କନ୍ଧମାଳ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୧ ତାରିଖ ପାଇଁ ହିଟୱେଭ୍‌ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି । ଆଗାମୀ ୪ ଦିନ ଲାଗି ଦେଶର ୬ଟି ରାଜ୍ୟକୁ ଗ୍ରୀଷ୍ଣପ୍ରବାହ ଏବଂ ୩ଟି ରାଜ୍ୟରେ ଭାରି ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗ ।

ରାଜସ୍ଥାନ, ପଞ୍ଜାବ, ହରିୟାଣା, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ବିହାରରେ ଗ୍ରୀଷ୍ଣପ୍ରବାହ ନେଇ ପୂର୍ବାନୁମାନ କରାଯାଇଛି । ସେହିପରି ତାମିଲନାଡୁ, କେରଳ ଏବଂ ଦକ୍ଷିଣ କର୍ଣ୍ଣାଟକରେ ଭାରି ବର୍ଷା ସମ୍ଭାବନା ରହିଛି । ସେପଟେ ଆସନ୍ତା ମେ ୧୯ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଆଣ୍ଡାମାନ ସାଗର, ଦକ୍ଷିଣ ପୂର୍ବ ବଙ୍ଗୋପ ସାଗର ଓ ନିକୋବର ଦ୍ୱୀପ ପୁଞ୍ଜ ଛୁଇଁବ ବୋଲି ଆକଳନ କରାଯାଇଛି ।

ସୂଚନା ଅନୁସାରେ ମେ’ ୧୯ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଆଣ୍ଡାମାନ ସାଗର, ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ନିକୋବର ଦ୍ୱୀପ ପୁଞ୍ଜ ଛୁଇଁବ । କେରଳକୁ ମୌସୁମୀ ବାୟୁ ଛୁଇଁବା ପରେ ଓଡ଼ିଶାରେ କେବେ ମୌସୁମୀ ବାୟୁ ପହଞ୍ଚିବ ସେନେଇ କୁହାଯାଇପାରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

OTV is now on Whatsapp

Join and get latest news update delivered to you via whatsapp

Join Now