• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ଆଜି ଠାରୁ ଉତ୍ତର ଉପକୂଳ ଓ ଏହାର ଆଖପାଖ ଜିଲ୍ଲା ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା ହେବା ସମ୍ଭାବନା ରହିଛି । ତେବେ ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ନୟାଗଡ଼, ଦେବଗଡ଼, ସୁନ୍ଦରଗଡ଼, କଳାହାଣ୍ଡି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ହାଲୁକାର ମଧ୍ୟମ ଧରଣର ବର୍ଷା ହେବ ।

ହେଲେ ଆସନ୍ତା ୪ ତାରିଖରୁ ଉତ୍ତର ଓ ଉତ୍ତର ଉପକୂଳ ଜିଲ୍ଲାରେ ପ୍ରବଳରୁ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଏହାସହ କେତେ ସ୍ଥାନରେ ଘଡ଼ଘଡ଼ି, ବଜ୍ରପାତ ସହ ବର୍ଷା ହୋଇପାରେ । ତେବେ ଆସନ୍ତା ୪ ତାରିଖରେ ଉତ୍ତର ବଙ୍ଗୋପ ସାଗରରେ ଏକ ଲଘୁଚାପପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟର ନିର୍ଦ୍ଦେଶକ ଏଚ୍. ଆର. ବିଶ୍ୱାସ କହିଛନ୍ତି ।