/odishatv-khabar/media/post_attachments/uploadimage/library/16_9/16_9_0/IMAGE_1662041942.jpg)
Heavy Rainfall Alert
ଆସନ୍ତା ୫ ତାରିଖ ପରେ ଆଉ ଏକ ଲଘୁଚାପ ସମ୍ଭାବନା ରହିଛି। ୫ ତାରିଖ ପରେ ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଥିବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ସେହିଭଳି ୫ ତାରିଖ ପର୍ଯ୍ୟନ୍ତ ସାରା ଭାରତରେ ଦୁର୍ବଳ ମୌସୁମୀ ଜାରି ରହିବ ଏବଂ ୫ ପରେ ବର୍ଷାର ପରିମାଣ ବଢ଼ିବା ନେଇ IMD ସୂଚନା ଦେଇଛି।
Advertisment
ସେପଟେ ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ। କାଲି ପର୍ଯ୍ୟନ୍ତ ୧୪ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ୩ ତାରିଖରେ ୧୦ଟି ଜିଲ୍ଲା ଓ ୪ ତାରିଖରେ ୧୭ ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)