୫ ପରେ ଆସିବ ଲଘୁଚାପ !

୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ।

Heavy Rainfall Alert

ଆସନ୍ତା ୫ ତାରିଖ ପରେ ଆଉ ଏକ ଲଘୁଚାପ ସମ୍ଭାବନା ରହିଛି। ୫ ତାରିଖ ପରେ ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଥିବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ସେହିଭଳି ୫ ତାରିଖ ପର୍ଯ୍ୟନ୍ତ ସାରା ଭାରତରେ ଦୁର୍ବଳ ମୌସୁମୀ ଜାରି ରହିବ ଏବଂ ୫ ପରେ ବର୍ଷାର ପରିମାଣ ବଢ଼ିବା ନେଇ IMD ସୂଚନା ଦେଇଛି।

ସେପଟେ ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ। କାଲି ପର୍ଯ୍ୟନ୍ତ ୧୪ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି  ୩ ତାରିଖରେ ୧୦ଟି ଜିଲ୍ଲା ଓ ୪ ତାରିଖରେ ୧୭ ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି।