• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ଆସୁଛି ଆଉ ଏକ ଲଘୁଚାପ ବର୍ଷା । ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଆଜି ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ଆସନ୍ତା ୧୬ ତାରିଖରେ ଅବପାତର ରୂପ ନେଇପାରେ । ଏହାର ପ୍ରଭାବରେ ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ୧୫ ତାରିଖରୁ ପାଗ ମେଘୁଆ ରହିବା ସହ ହାଲୁକା ବର୍ଷା ସମ୍ଭାବନା ରହିଛି ।

ଏଥିସହ ୧୬ ତାରିଖ ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହିସବୁ ଜିଲ୍ଲା ଗୁଡ଼ିକ ହେଲା- ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ ଓ ଗଞ୍ଜାମ। ଏସବୁ ଜିଲ୍ଲାର ପାର୍ଶ୍ୱବର୍ତ୍ତୀ ଜିଲ୍ଲା ମାନଙ୍କରେ ମଧ୍ୟ ବର୍ଷା ସହ ଘଡ଼ଘଡ଼ିର ସମ୍ଭାବନା ରହିଛି ।....

ସେପଟେ ଉତ୍ତରରୁ ଉପକୂଳ, ପଶ୍ଚିମରୁ ଦକ୍ଷିଣ ସବୁଠି ଲାଗିଲାଣି ଥଣ୍ଡା । ସକାଳୁ ମେଘୁଆ ପାଗ ରହୁଥିବା ବେଳେ ରାତିରେ ପାରଦ କମିଛିା ବିଶେଷ ଭାବେ କନ୍ଧମାଳ, କୋରାପୁଟ, ସୁନ୍ଦରଗଡ, ମୟୂରଭଂଜ ଜିଲ୍ଲାରେ ଥଣ୍ଡା ଅଧିକ ଅନୁଭୂତ ହେଉଛିା ଶୀତ ଆସିବା ପରେ ଲୋକଙ୍କ ଦିନଚର୍ଯ୍ୟାରେ ବି ପରିବର୍ତ୍ତନ ରହିଛି ।