Advertisment

୨୪ ତାରିଖରେ ସୃଷ୍ଟି ହେବ ଲଘୁଚାପ, କାଲିଠୁ ରାଜ୍ୟରେ ବର୍ଷା ଆରମ୍ଭ !

ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ କାଲିଠୁ ରାଜ୍ୟରେ ବର୍ଷା ହୋଇପାରେ । ଆସନ୍ତାକାଲି ପାଇଁ କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Low Pressure

Low Pressure

Advertisment

ଆସନ୍ତା ୪୮ ଘଣ୍ଟାରେ ବଙ୍ଗୋପସାଗରରେ ହେବ ଲଘୁଚାପ । ୨୪ ତାରିଖରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ଆଗାମୀ ୨୪ ଘଣ୍ଟାରେ ଉତ୍ତର ବଙ୍ଗୋପସାଗର ମଧ୍ୟକୁ ପ୍ରବେଶ କରିବ ବାତ୍ୟା ୱିଫାର ଅବଶିଷ୍ଟାଂଶ । ଏହା ଏକ ଘୂର୍ଣ୍ଣିବଳୟ ରୂପରେ ବଙ୍ଗୋପସାଗରରେ ପ୍ରବେଶ କରିବା ସମ୍ଭାବନା ରହିଛି । ପ୍ରଭାବରେ ପରବର୍ତ୍ତୀ ୪୮ଘଣ୍ଟାରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ହେବ ଲଘୁଚାପ ।

Advertisment

ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ କାଲିଠୁ ରାଜ୍ୟରେ ବର୍ଷା ହୋଇପାରେ । ଆସନ୍ତାକାଲି ପାଇଁ କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ବହିପାରେ ପବନ। ୨୪ତାରିଖରୁ ବର୍ଷା ପରିମାଣ ବଢ଼ିବ ।

୨୭ ତାରିଖ ଯାଏ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ପୂର୍ବରୁ ମଧ୍ୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା । ଗତ ୨୦ ତାରିଖରେ ରାଜ୍ୟରେ ଆହୁରି ୫ ଦିନ ଯାଏଁ ବର୍ଷା ସମ୍ଭାବନା ଥିବା ନେଇ କୁହାଯାଇଥିଲା । ବିଶେଷ କରି ରାଜ୍ୟର ୨୧ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିଲା । ଉପକୂଳବର୍ତ୍ତି ୯ ଜିଲ୍ଲାକୁ ଛାଡିଦେଲେ ବାକି ସବୁ ଜିଲ୍ଲାକୁ ବର୍ଷା ୱାର୍ଣ୍ଣିଂ ଦିଆଯାଇଥିଲା । ବିଶେଷ କରି ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Advertisment

ମୟୂରଭଂଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଂଜାମ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ୱାର୍ଣ୍ଣିଂ ଦିଆଯାଇଥିଲା । ଏଥିସହ ୩୦ରୁ ୪୦ କିମି ବେଗରେ ପବନ ବି ବହିପାରେ କୁହାଯାଇଥିଲା ।

Bay Of Bengal Low Pressure Rain
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ