Low Pressure
ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ। ଆଗାମୀ ୨୪ ଘଣ୍ଟା ପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ଉତ୍ତର ବଙ୍ଗୋପସାଗର ମଧ୍ୟକୁ ପ୍ରବେଶ କରିବ ବାତ୍ୟା ୱିଫାର ଅବଶିଷ୍ଟାଂଶ। ଏହା ଏକ ଘୂର୍ଣ୍ଣିବଳୟ ରୂପରେ ବଙ୍ଗୋପସାଗରରେ ପ୍ରବେଶ କରିବା ସମ୍ଭାବନା ରହିଛି।
ଏହା ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟାରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ହେବ ଲଘୁଚାପ। ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷିବ। ଆଜି ପାଇଁ କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ଆସନ୍ତା କାଲିଠୁ ବର୍ଷା ପରିମାଣ ବଢ଼ିବ। ୨୭ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସହ ପବନ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1753246854.jpg)