• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ଆସୁଛି ବଡ ବର୍ଷା । ଆଜି ଲଘୁଚାପ, ୨୪ରେ ହେବ ଅବପାତ । ଆଜି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଦାନା ବାନ୍ଧିବ ଲଘୁଚାପ କ୍ଷେତ୍ର । ଏହା ଉତ୍ତରପୂର୍ବ ଦିଗରେ ଗତି କରି ଅଧିକ ଘନୀଭୂତ ହେବ । ପରେ ୨୪ ତାରିଖ ସକାଳେ ଡିପ୍ରେସନ୍ ବା ଅବପାତର ରୂପ ନେବ । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ କେନ୍ଦ୍ର ।

ଅବପାତର ପ୍ରଭାବରେ ରାଜ୍ୟରେ ଆସନ୍ତାକାଲିଠୁ ସମୁଦ୍ର ଅଶାନ୍ତ ରହିବ । ୨୫ ତାରିଖରେ ପ୍ରବଳ ବର୍ଷା ନେଇ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୨୪ ଓ ୨୫ରେ ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ହୋଇପାରେ । ସମ୍ଭାବ୍ୟ ଲଘୁଚାପ ଓ ଅବପାତ ପ୍ରଭାବରେ ଦକ୍ଷିଣ ବଙ୍ଗୋପସାଗରରେ ପବନର ବେଗ ଘଣ୍ଟାପ୍ରତି ୩୫ରୁ ୪୫ କିଲୋମିଟର ଓ ବଢ଼ି ୫୫ କିଲୋମିଟର ଛୁଇଁପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଅଧିକ ପଢ଼ନ୍ତୁ: ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୨୪ ସୁଦ୍ଧା ଅବପାତ; ଅଶାନ୍ତ ରହିବ ସମୁଦ୍ର

କାଲିଠୁ ମତ୍ସ୍ୟଜୀବୀଙ୍କୁ ଦକ୍ଷିଣ ବଙ୍ଗୋପସାଗରକୁ ପ୍ରବେଶ ବାରଣ କରାଯାଇଛି । ତେବେ ବାତ୍ୟା ନେଇ ଏଯାଏଁ କୌଣସି ଆକଳନ କରାଯାଇନି । ୨୨ ତାରିଖ ପରେ କିମ୍ବା ଲଘୁଚାପ ସୃଷ୍ଟି ହେବା ପରେ ହିଁ ଚିତ୍ର ସ୍ପଷ୍ଟ ହେବ । ଦୁଇ ଦିନ ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ ।

୨୪ ତାରିଖରେ ଜଗତସିଂହପୁର ଏବଂ କେନ୍ଦ୍ରପଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ୨୫ ତାରିଖ ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ଚେତାବନୀ ଜାରି ହୋଇଛି । ସୂଚନାଯୋଗ୍ୟ ମେ’୧୯ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଆଣ୍ଡାମାନ ସାଗର, ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ନିକୋବର ଦ୍ୱୀପ ପୁଞ୍ଜ ଛୁଇଁଛି । କେରଳକୁ ମୌସୁମୀ ବାୟୁ ଛୁଇଁବା ପରେ ଓଡ଼ିଶାରେ କେବେ ମୌସୁମୀ ବାୟୁ ପହଞ୍ଚିବ ସେନେଇ କୁହାଯାଇପାରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

OTV is now on Whatsapp

Join and get latest news update delivered to you via whatsapp

Join Now