Advertisment

Low Pressure: ସୃଷ୍ଟି ହେଲା ଲଘୁଚାପ, ପ୍ରବଳ ବର୍ଷା ନେଇ ସତର୍କ କରାଇଲେ SRC

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ । ଏନେଇ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ସମସ୍ତ ଜିଲ୍ଲାପାଳଙ୍କୁ SRC ଚିଠି ଲେଖିଛନ୍ତି । ବଜ୍ରପାତ ଅଘଟଣ ଏଡ଼ାଇବାକୁ ଲୋକଙ୍କୁ ସଚେତନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

author-image
Lipsa Mohapatra
ଅଦ୍ୟତନ ହୋଇଛି
Heavy Rainfall Alert

Heavy Rainfall Alert

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି । ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ । ଧୀରେ ଧୀରେ ଏହା ଉତ୍ତରମୁହାଁ ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ନେଇ ସୂଚନା ଦିଆଯାଇଛି । ଏହାକୁ ନଜରରେ ରଖି ସତର୍କ କରାଇଛନ୍ତି SRC । ଜିଲ୍ଲାପାଳମାନଙ୍କୁ SRC ଚିଠି ଲେଖି ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ବଜ୍ରପାତ ଅଘଟଣ ଏଡ଼ାଇବାକୁ ଲୋକଙ୍କୁ ସଚେତନ କରିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ରହିଛି । କ୍ଷୟକ୍ଷତି ବାବଦରେ ତୁରନ୍ତ ରିପୋର୍ଟ ଦେବାକୁ ମଧ୍ୟ SRC ନିର୍ଦ୍ଦେଶ ଦେଇଛନ୍ତି । 

Advertisment

ଏହାସହ ଏକ ଟ୍ରପ ଲାଇନ ମଧ୍ୟ ସକ୍ରିୟ ରହିବାର ସମ୍ଭାବନା ରହିଛି । ଏହା  ପ୍ରଭାବରେ ମେ ୨୯ରୁ ଜୁନ ୧ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହି ବର୍ଷା ମୌସୁମୀ ଅଗ୍ରସରକୁ ଆହୁରି ସକ୍ରିୟ କରିବ । ସକ୍ରିୟ ରହିଲେ ଓଡ଼ିଶାରେ ମୌସୁମୀ ଆଗମନ ନେଇ ସ୍ଥିତି ଅନୁକୂଳ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେପଟେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସହ ପ୍ରାକ ମୌସୁମୀ ଜନିତ ବର୍ଷା ଲାଗି ରହିଛି । 

ଅଧିକ ପଢନ୍ତୁ : ଆଜି ଲଘୁଚାପ, ପ୍ରବଳ ବର୍ଷିବ ! ୧୫ ଜିଳ୍ଳାକୁ ୟେଲୋ ୱାର୍ଣ୍ଣିଂ

SRC Advisory Heavy Rainfall Alert Low Pressure Bay Of Bengal
Advertisment
Related Articles
Advertisment