/odishatv-khabar/media/post_attachments/uploadimage/library/16_9/16_9_0/rainfall_1751349057.jpg)
rainfall
ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ଥିବା ଲଘୁଚାପ କ୍ଷେତ୍ର ଏବେ ଉପକୂଳବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ରହିଛି । ଆସନ୍ତା ୨ ଦିନରେ ଲଘୁଚାପ ଉତ୍ତର ଓଡିଶା, ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଝାଡଖଣ୍ଡ ଦିଗରେ ଗତି କରିବ । ଲଘୁଚାପ ପ୍ରଭାବରେ ଆସନ୍ତା ୫ ଜୁଲାଇ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ବର୍ଷା ନେଇ ସତର୍କ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।
ଅଧିକ ପଢନ୍ତୁ: ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଏହି ଜିଲ୍ଲାରେ ପ୍ରବଳ ବର୍ଷିବ
ଲଘୁଚାପ ପ୍ରଭାବରେ ଆଜି ବି ପ୍ରବଳ ବର୍ଷା ହେବ । ରାଜ୍ୟର ଅଧାରୁ ଅଧିକ ଜିଲ୍ଲାରେ ଝଡ଼ବର୍ଷା ନେଇ ୱାର୍ଣ୍ଣିଂ ଜାରି ହୋଇଛି । ଆଜି ୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଝାରସୁଗୁଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ମୟୂରଭଞ୍ଜ, କେନ୍ଦୁଝର, ବରଗଡ, ସୁବର୍ଣ୍ଣପୁର, ଅନୁଗୋଳ, ଦେବଗଡ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଥିବା ବେଳେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି ଏବଂ ଢେଙ୍କାନାଳକୁ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ଏହି ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୨ତାରିଖରେ ସୁନ୍ଦରଗଡ, ଝାରସୁଗୁଡାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୩ ତାରିଖରେ ମଧ୍ୟ ମୟୂରଭଞ୍ଜ ଓ କେନ୍ଦୁଝରରେ ଅତି ପ୍ରବଳ ବର୍ଷା ହେବ । ଏହିଭଳି ୫ ତାରିଖ ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)