Advertisment

Heavy Rainfall: ଆଜି ବି ପ୍ରବଳ ବର୍ଷିବ; ଝଡ଼ବର୍ଷା ନେଇ ଏହି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି

ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ବର୍ଷା ନେଇ ସତର୍କ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ୩ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଝାରସୁଗୁଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅଦ୍ୟତନ ହୋଇଛି
rainfall

rainfall

Advertisment

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ଥିବା ଲଘୁଚାପ କ୍ଷେତ୍ର ଏବେ ଉପକୂଳବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ରହିଛି । ଆସନ୍ତା ୨ ଦିନରେ ଲଘୁଚାପ ଉତ୍ତର ଓଡିଶା, ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଝାଡଖଣ୍ଡ ଦିଗରେ ଗତି କରିବ । ଲଘୁଚାପ ପ୍ରଭାବରେ ଆସନ୍ତା ୫ ଜୁଲାଇ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ବର୍ଷା ନେଇ ସତର୍କ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

Advertisment

ଅଧିକ ପଢନ୍ତୁ: ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଏହି ଜିଲ୍ଲାରେ ପ୍ରବଳ ବର୍ଷିବ

ଲଘୁଚାପ ପ୍ରଭାବରେ ଆଜି ବି ପ୍ରବଳ ବର୍ଷା ହେବ । ରାଜ୍ୟର ଅଧାରୁ ଅଧିକ ଜିଲ୍ଲାରେ ଝଡ଼ବର୍ଷା ନେଇ ୱାର୍ଣ୍ଣିଂ ଜାରି ହୋଇଛି । ଆଜି ୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଝାରସୁଗୁଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ମୟୂରଭଞ୍ଜ, କେନ୍ଦୁଝର, ବରଗଡ, ସୁବର୍ଣ୍ଣପୁର, ଅନୁଗୋଳ, ଦେବଗଡ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଥିବା ବେଳେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି ଏବଂ ଢେଙ୍କାନାଳକୁ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ଏହି ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Advertisment

୨ତାରିଖରେ ସୁନ୍ଦରଗଡ, ଝାରସୁଗୁଡାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୩ ତାରିଖରେ ମଧ୍ୟ ମୟୂରଭଞ୍ଜ ଓ କେନ୍ଦୁଝରରେ ଅତି ପ୍ରବଳ ବର୍ଷା ହେବ । ଏହିଭଳି ୫ ତାରିଖ ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଅଧିକ ପଢନ୍ତୁ: ଆଜି ଏହି ସବୁ ଜିଲ୍ଲାରେ ହେବ ଝଡ଼ତୋଫାନ; ୟେଲୋ ୱାର୍ଣ୍ଣିଂ ଜାରି

Weather Low Pressure Heavy Rainfall Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ