/odishatv-khabar/media/post_attachments/uploadimage/library/16_9/16_9_0/Rain_Alert_1751422973.jpg)
Rain Alert
ଆଗାମୀ ୩ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ । ଏନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ସାରା ଓଡ଼ିଶାକୁ ଚେତାବନୀ ଜାରି କରିଛି ଆଇଏମଡି । ଆଜି ପାଇଁ ସୁନ୍ଦରଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର ଜିଲାରେ ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଏହି ତିନି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ସେହିଭଳି ୬ ଜିଲ୍ଲା ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି । ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ଥିବାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଜାରି ରହିଛି ।
ସେପଟେ ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି ଗମ୍ଭୀର ରହିଛି । ଏବେ ବି ବିପଦ ସଂକେତ ଉପରେ ସୁବର୍ଣ୍ଣରେଖା । ବାଲେଶ୍ୱରରେ ବନ୍ୟା ସ୍ଥିତି ଉପୁଜିଥିବାରୁ ଅନେକ ଗାଁ ଜଳବନ୍ଦୀ ରହିଛି । ଗତ କିଛି ଦିନ ହେଲା ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ପ୍ରବଳ ବର୍ଷା । ତେବେ ସକ୍ରିୟ ଲଘୁଚାପ ପ୍ରଭାବରେ ୫ ତାରିଖ ଯାଏଁ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)




/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)