Advertisment

ପ୍ରବଳ ବର୍ଷିବ! ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବା ଅନୁମାନ କରାଯାଉଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ। ଏହା ପ୍ରଭାବରେ ଆସନ୍ତା ଦୁଇ ଦିନ ପାଇଁ ବର୍ଷା ପରିମାଣ ବଢ଼ିବାକୁ ଥିବାରୁ ଆସନ୍ତାକାଲି(ରବିବାର) ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

undefined

heavy-rainfall

Advertisment

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ପୂର୍ବ କେନ୍ଦ୍ରୀୟ ଓ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାରୁ ଏହା ପ୍ରଭାବରେ ରାଜ୍ୟରେ ବହୁ ସ୍ଥାନରେ ବର୍ଷା ଲାଗି ରହିଛି। ସେପଟେ ଏହି ଲଘୁଚାପ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଘନୀଭୂତ ହେବା ସମ୍ଭାବନା ରହିଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବା ଅନୁମାନ କରାଯାଉଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ।

Advertisment

ଏହା ପ୍ରଭାବରେ ଆସନ୍ତା ଦୁଇ ଦିନ ପାଇଁ ବର୍ଷା ପରିମାଣ ବଢ଼ିବାକୁ ଥିବାରୁ ଆସନ୍ତାକାଲି(ରବିବାର) ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଅରେଞ୍ଜ ୱାର୍ଣ୍ଣିଂରେ ଥିବା ଜିଲ୍ଲାଗୁଡିକ ହେଲା-ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଖୋର୍ଦ୍ଧା, କଟକ, ଯାଜପୁର ଓ ଢେଙ୍କାନାଳ।

ୟେଲୋ ୱାର୍ଣ୍ଣିଂରେ ଥିବା ଜିଲ୍ଲାଗୁଡିକ ହେଲା- ଗଞ୍ଜାମ, ନୟାଗଡ଼, ଅନୁଗୁଳ, ବୌଦ୍ଧ, ବଲାଙ୍ଗିର, ସୋନପୁର, ସମ୍ବଲପୁର, ବାଲେଶ୍ୱର ଓ ମୟୁରଭଞ୍ଜ। ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ଆଜି ସର୍ବାଧିକ ପରିମାଣର ୧୦୫ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ୧୨ତାରିଖରୁ ୧୪ ତାରିଖ ଯାଏ ସମୁଦ୍ର ମଧ୍ୟକୁ ନଯିବା ଲାଗି ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି।  

Advertisment
Orange Warning Heavy Rainfall Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ