Advertisment

ଅବପାତରେ ପରିଣତ ହେଲା ଲଘୁଚାପ, ୧୦ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ସୁଦୃଶଃ ଲଘୁଚାପ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡିଶା ଉପକୂଳରେ ଏକ ଅବପାତରେ ପରିଣତ ହୋଇଛି। ଆସନ୍ତା ୬ ଘଣ୍ଟା ମଧ୍ୟରେ ଅବପାତ ଉପକୂଳ ଅତିକ୍ରମ କରିବ।

ଅଦ୍ୟତନ ହୋଇଛି
Heavy Rainfall Alert In Odisha

Heavy Rainfall Alert In Odisha

Advertisment

ସୁଦୃଶଃ ଲଘୁଚାପ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡିଶା ଉପକୂଳରେ ଏକ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ଏହା ଦିଘାରୁ ଦକ୍ଷିଣ-ପୂର୍ବ ଦିଗରେ ୧୦ କି.ମି. ଏବଂ ବାଲେଶ୍ୱର ଠାରୁ ପୂର୍ବ-ଉତ୍ତର-ପୂର୍ବ ଦିଗରେ ୯୦ କି.ମି. ଦୂରରେ କେନ୍ଦ୍ରୀଭୂତ ଅଛି। 

Advertisment

ଆସନ୍ତା ୬ ଘଣ୍ଟା ମଧ୍ୟରେ ଅବପାତ ଉପକୂଳ ଅତିକ୍ରମ କରିବ। ଆଗାମୀ ୬ ଘଣ୍ଟା ମଧ୍ୟରେ ଏହି ଅବପାତ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଦିଘା ନିକଟରେ ପଶ୍ଚିମ-ବଙ୍ଗ ଉପକୂଳକୁ ଅତିକ୍ରମ ସହ ଆଗାମୀ ୨୪ ଘଣ୍ଟା ଯାଏ ନିଜର ତୀବ୍ରତା ବଜାୟ ରଖିବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। 

Advertisment


— Meteorological Centre, Bhubaneswar (@mcbbsr) August 14, 2022

ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ଥିବାରୁ ଆଜିଠୁ ଆସନ୍ତାକାଲି ସକାଳ ଯାଏ ୧୦ଟି ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ସୋନପୁର, ବୌଦ୍ଧ, ବରଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା ଓ ଦେବଗଡ଼। ଏହିସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ଯାଏ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। 

Advertisment

କେତେକ ସ୍ଥାନରେ ଭୂସ୍ଖଳନ ହୋଇପାରେ ବୋଲି ସମ୍ଭାବନା ରହିଛି। ଏହାସହ ନଦୀ ଗୁଡ଼ିକରେ ଜଳ ପତ୍ତନ ବୃଦ୍ଧି ପାଇପାରେ। ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାରୁ ୧୧ଟି ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କଟକ, ନୟାଗଡ଼, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ପ୍ରବଳ ବର୍ଷା ହେବା ଆଶଙ୍କା କରି ୯ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଜପତି ଓ ଗଞ୍ଜାମ। 

Heavy Rainfall Rain In Odisha Weather In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ