/odishatv-khabar/media/post_attachments/uploadimage/library/16_9/16_9_0/IMAGE_1664851227.jpg)
Weather Update
ଆସୁଛି ବଡ଼ ବର୍ଷା । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ସମୁଦ୍ର ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ୩ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଥିବା ଆକଳନ କରିଛି ପାଣିପାଗ ବିଭାଗ । ଟ୍ୱିନ୍ ସିଟି କଟକ ଓ ଭୁବନେଶ୍ୱରରେ ମଧ୍ୟ ୩ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
Advertisment
ଆଜି ଗଂଜାମ, ଗଜପତି, ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ୧୧ଟି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ବାଲେଶ୍ୱର, ଭଦ୍ରକ ଏବଂ ନୟାଗଡ ।
ସେହିପରି ୫ ତାରିଖ ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୬ ତାରିଖରେ ବର୍ଷାର ପରିମାଣ କମିଲେ ମଧ୍ୟ ଆଉ ୬ଟି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)