Advertisment

‘ମହାନଦୀରେ ଆସୁଛି ମଧ୍ୟମ ଧରଣର ବନ୍ୟା’

ଆଜି ରାତି ୧୨ଟା ସୁଦ୍ଧା ସାଢ଼େ ୭ ଲକ୍ଷ କ୍ୟୁସେକ୍‌ ଜଳ ପାସ୍ କରିବ। ତେଣୁ ମହାନଦୀରେ ସ୍ୱଳ୍ପରୁ ମଧ୍ୟମ ଧରଣର ବନ୍ୟା ଆସୁଛି। ବନ୍ୟା ସ୍ଥିତି ନେଇ ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଏହି ସୂଚନା ଦେଇଛନ୍ତି।

ଅଦ୍ୟତନ ହୋଇଛି
Mundali

Mundali

Advertisment

ଭୁବନେଶ୍ୱର: ୧୦ଟାରେ ମୁଣ୍ଡଳିରେ ୬.୨୬ ଲକ୍ଷ କ୍ୟୁସେକ୍‌ ଜଳ ପାସ୍ କରିଛି। ଆଜି ରାତି ୧୨ଟା ସୁଦ୍ଧା ମୁଣ୍ଡଳିରେ ସାଢ଼େ ୭ ଲକ୍ଷ କ୍ୟୁସେକ୍‌ ଜଳ ପାସ୍ କରିବ। ତେଣୁ ମହାନଦୀରେ ସ୍ୱଳ୍ପରୁ ମଧ୍ୟମ ଧରଣର ବନ୍ୟା ଆସୁଛି। ବନ୍ୟା ସ୍ଥିତି ନେଇ ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଏହି ସୂଚନା ଦେଇଛନ୍ତି।

Advertisment

ସର୍ବୋଚ୍ଚ ଯନ୍ତ୍ରୀଙ୍କ ସୂଚନା ଅନୁସାରେ, ଏବେ ହୀରାକୁଦରୁ ୨୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ଉପର ମୁଣ୍ଡରେ ବର୍ଷା କମିବା ଯୋଗୁ ହୀରାକୁଦର ଜଳସ୍ତର ଖସୁଛି। ହୀରାକୁଦରେ ୪.୭୫ ଲକ୍ଷ କ୍ୟୁସେକ୍‌ ଜଳ ପ୍ରବେଶ କରୁଥିବା ବେଳେ ୪.୮୭ ଲକ୍ଷ କ୍ୟୁସେକ୍‌ ଜଳ ନିଷ୍କାସିତ ହେଉଛି। ବର୍ତ୍ତମାନ ହୀରାକୁଦରଜଳ ସ୍ତର ୬୨୮.୭୯ ଫୁଟ୍ ରହିଛି। ତେବେ ପରିସ୍ଥିତିକୁ ଦଅଷ୍ଟିରେ ରଖି ହୀରାକୁଦ ଗେଟ୍ ବନ୍ଦ ପାଇଁ ନିଷ୍ପତ୍ତି ନିଆଯିବ। ରେଙ୍ଗାଳି ଡ୍ୟାମର ଜଳସ୍ତର ବଢୁଛି। ଫଳରେ ୨ଟି ଗେଟ୍ ଖୋଲା ଯାଇଛି।’

Advertisment

ଅନ୍ୟପକ୍ଷେ, ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଭାବିତ ହେବାକୁ ଥିବା ୬ ଜିଲ୍ଲାର ଜିଲ୍ଲାପାଳଙ୍କୁ ସଜାଗ ରଖାଯାଇଛି। ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ ଏବଂ ପୁରୀ ଜିଲ୍ଲାରେ ଏନେଇ ସତର୍କ ସୂଚନା ବି ଜାରି କରାଯାଇଛି। ୬ଟି ଜିଲ୍ଲାରେ ୩୦ ଟିମ୍ ଓଡ୍ରାଫ୍, ୧୨ ଟିମ୍ NDRF ଏବଂ ଅଗ୍ନିଶମ ବିଭାଗ ଟିମ୍‌କୁ ମୁତୟନ କରାଯାଇଛି।

Mahanadi Mahanadi River Flood
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ