Advertisment

ପ୍ରବଳ ବର୍ଷା ସହ ବଜ୍ରପାତ ଆଶଙ୍କା, ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ୧୫ ଜିଲ୍ଲାକୁ ସତର୍କ ସୂଚନା

ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୧୫ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Heavy Rainfall Alert

Heavy Rainfall Alert

ଭୁବନେଶ୍ୱର: ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୧୫ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଏହାସହ କଟକ, ଭୁବନେଶ୍ୱର ପାଇଁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି। 

Advertisment

ଅନୁଗୁଳ, ଢେଙ୍କାନାଳ, କଟକ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ସମ୍ବଲପୁର, ମୟୂରଭଞ୍ଜ, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ଏହିସବୁ ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି। 

ଓଡ଼ିଶା ଉପକୂଳ ନିକଟତର ହେଉଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ। ଆସନ୍ତା କିଛି ଘଣ୍ଟା ଭିତରେ ଏହା ବଙ୍ଗୋପ ସାଗରର ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବାର ସମ୍ଭାବନା ଅଛି। ଏହାର ପ୍ରଭାବରେ ଉପକୂଳ ଏବଂ ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। 

Advertisment

ସେପଟେ, ଜଳସ୍ତର କମିବା ପରେ ହୀରାକୁଦ ଜଳଭଣ୍ଡାରର ଆଉ ୪ ଗେଟ୍‌କୁ ବନ୍ଦ କରି ଦିଆଯାଇଛି। ଏବେ ୮ଟି ଗେଟ୍ ଦେଇ ଜଳଭଣ୍ଡାରରୁ ବନ୍ୟାପାଣି ନିଷ୍କାସିତ ହେଉଛି। ମହାନଦୀରେ ମଧ୍ୟ ଜଳସ୍ତର କମୁଛି। ଉପରମୁଣ୍ଡରେ ବର୍ଷା କମି ଥିବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟା ଜଳ ପ୍ରବେଶ କମିଛି। ବର୍ଷା କମିବା ପରେ ବୁଢ଼ାବଳଙ୍ଗ, ଇବ୍, ସୁବର୍ଣ୍ଣରେଖା ସମେତ ପ୍ରାୟ ସବୁ ନଦୀର ଜଳସ୍ତର ହ୍ରାସ ପାଉଛି। 

Weather Alert Heavy Rainfall Alert Weather Update In Odisha
Advertisment
Advertisment