Weather Update
ରାଜ୍ୟରେ ଜାରି ରହିଛି ଲଘୁଚାପଜନିତ ମୌସୁମୀ ବର୍ଷା । ଆସନ୍ତା ୨୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବ । ଏନେଇ ଆଲର୍ଟ ଜାରି କଲା ପାଣିପାଗ ବିଭାଗ । ଆଜି (ଗୁରୁବାର) ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ଆସନ୍ତା ୨୪ ଘଣ୍ଟାରେ ଝଡ଼ବର୍ଷା ପାଇଁ ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । କିଛି ସ୍ଥାନରେ ବଜ୍ରପାତ ସହ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିପାରେ । ଉତ୍ତର ଓଡିଶାର ବି କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିଭଳି ବଜ୍ରପାତ ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲ୍ଲା ରହିଛି ।
ସେହିପରି ଆସନ୍ତାକାଲି (ଶୁକ୍ରବାର) ୧୮ ଜିଲ୍ଲାକୁ ପାଣିପାଗ ବିଭାଗ ଦେଇଛି ୟେଲୋ ୱାର୍ଣ୍ଣିଂ । ୨୫ ତାରିଖ ଯାଏଁ ଉତ୍ତର, ପୂର୍ବ ଏବଂ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ସାଙ୍ଗକୁ ୪୦ କିଲୋମିଟର ବେଗରେ ପବନ ବହିବ । ସମୁଦ୍ର ଅଶାନ୍ତ ରହିବ । ଏଥିପାଇଁ ୨୩ ତାରିଖ ଯାଏଁ ଦକ୍ଷିଣ ଓଡ଼ିଶା ଉପକୂଳ ସମୁଦ୍ରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ସେପଟେ ରାଜ୍ୟରେ ନିଅଣ୍ଟିଆ ବର୍ଷା ହୋଇନାହିଁ ବୋଲି ସ୍ପଷ୍ଟ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1755754465.jpg)