ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ହେବ । ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡଘଡି ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସହ ଉପକୂଳ ଓଡ଼ିଶାରେ ବିଜୁଳି ଘଡଘଡି ନେଇ ପାଣିପାଗ କେନ୍ଦ୍ର ସତର୍କ କରାଇଛି । ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ କୁଆପଥର ବର୍ଷାକୁ ନେଇ ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ବାଲେଶ୍ଵର,ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଏହି ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବ । କିଛି ସ୍ଥାନରେ କୁଆପଥର ବୃଷ୍ଟି ନେଇ ମଧ୍ୟ ଆଲର୍ଟ ଜାରି କରାଯାଇଛି । ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ନେଇ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।
ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ,କଟକ, ଜଗତସିଂହପୁର, ଗଜପତି ଓ ଗଂଜାମ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି । ଅପରାହ୍ନ ସମୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କତା ଜାରି କରାଯାଇଛି । ବଜ୍ରପାତ ସମୟରେ ଘରୁ ନବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର । ଟ୍ରପଲାଇନ୍ ପ୍ରଭାବରେ ରାଜ୍ୟରେ ବଜ୍ରପାତ ଜାରି ରହିଛି ବୋଲି ପାଣିପାଗ କେନ୍ଦ୍ର କହିଛି । ଆସନ୍ତା କାଲି ୩ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ଘଡଘଡି ସାଙ୍ଗକୁ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି।
ଅଧିକ ପଢ଼ନ୍ତୁ: ଜଙ୍ଗଲ ନିଆଁରେ ରୋକ୍ ଲଗାଇବ କୋରାପୁଟ ବନ ବିଭାଗର ନୂଆ କୌଶଳ
- Reported by:
- ARACHANA SATPATHY