Advertisment

୨୬ରୁ ରାଜ୍ୟରେ ପୁଣି ଛେଚିବ !

ଗତ ୨୪ ଘଣ୍ଟାରେ ଓଡ଼ିଶା ଉପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଯାହାର ପ୍ରଭାବରେ ଅନେକ ସ୍ଥାନରେ ହାଲୁକା ଓ ମଧ୍ୟମ ଧରଣରେ ବର୍ଷା ଅନୁଭୁତ ହୋଇଛି। ସର୍ବାଧିକ ବର୍ଷା କଳାହାଣ୍ଡି ଜିଲ୍ଲା ସଦର ମହକୁମା ଭବାନୀପାଟଣାରେ ହୋଇଛି।

ଅଦ୍ୟତନ ହୋଇଛି
undefined

Heavy Rainfall

Advertisment

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଘୂର୍ଣ୍ଣିବଳୟ ! ୨୬ରୁ ପ୍ରବଳ ବର୍ଷିବ। ଗୋଟିଏ ଲଘୁଚାପ ବର୍ଷାରେ ଅଧା ରାଜ୍ୟ ବେହାଲ ହୋଇପଡ଼ିଥିବା ବେଳେ ଆଉ ଏକ ଘୂର୍ଣ୍ଣିବଳୟ ବିପନ୍ନଙ୍କୁ ଚିନ୍ତାରେ ପକାଇଛି। କାହିଁକିନା ଆସନ୍ତା ୨୫ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ସୃଷ୍ଟିର ୪୮ ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳ ଛୁଇଁବ। ପ୍ରଭାବରେ ୨୬ରୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ଭୁବନେଶ୍ୱର ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ ସେପ୍ଟେମ୍ୱର ୨୫ ତାରିଖ ବେଳକୁ ପୂର୍ବ-କେନ୍ଦ୍ରୀୟ ତତ-ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ସୃଷ୍ଟି ହେବା ୪୮ ଘଣ୍ଟା ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଓଡ଼ିଶା ଉପକୂଳରେ ପହଞ୍ଚିବ। ଏହାର ପ୍ରଭାବରେ ୨୬ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। 

Advertisment

ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ କହିବା ଅନୁସାରେ ଗତ ୨୪ ଘଣ୍ଟାରେ ଓଡ଼ିଶା ଉପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଯାହାର ପ୍ରଭାବରେ ଅନେକ ସ୍ଥାନରେ ହାଲୁକା ଓ ମଧ୍ୟମ ଧରଣରେ ବର୍ଷା ଅନୁଭୁତ ହୋଇଛି। ସର୍ବାଧିକ ବର୍ଷା କଳାହାଣ୍ଡି ଜିଲ୍ଲା ସଦର ମହକୁମା ଭବାନୀପାଟଣାରେ ହୋଇଛି। ଏଠାରେ ୭୯ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଏହାଛଡ଼ା ଆହୁରି ତିନିଟି ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ରେକର୍ଡ କରାଯାଇଛି ବୋଲି ଶ୍ରୀ ଦାସ କହିଛନ୍ତି।

Advertisment

ଶ୍ରୀ ଦାସ ଆହୁରି କହିଛନ୍ତି- ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଗାଙ୍ଗେୟ-ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୫.୮ କିମି ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ଭିତରେ ଓଡ଼ିଶାରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣରେ ବର୍ଷା ହେବ। ସେଥିପାଇଁ ୧୨ଟି ଜିଲ୍ଲାକୁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି। 

Weather Update Rain In Odisha Weather In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ