Advertisment

ଅମଳ ଫସଲକୁ ସୁରକ୍ଷିତ ରଖ: ୪ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଆଣ୍ଡାମାନ ସାଗର ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆସନ୍ତାକାଲି ଅବପାତରେ ପରିଣତ ହେବ।  ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରି କାଲି ଅବପାତ ରୂପ ନେବ ଅବପାତରେ ପରିଣତ ହେଲା ପରେ କେଉଁଠି ମାଡ଼ ହେବ ତାହା ସ୍ପଷ୍ଟ ହେବ।

author-image
Chandan Shishu
red warning

red warning

ଭୁବନେଶ୍ୱର: ପ୍ରଭାବିତ ହେବାକୁ ଥିବା ଜିଲ୍ଲାମାନଙ୍କୁ ଆଲର୍ଟ ରହିବାକୁ ପରାମର୍ଶ ଦେଲେ SRC। ଓଡ୍ରାଫ୍, ଏନଡିଆରଏଫ୍, ଅଗ୍ନିଶମ ବାହିନୀକୁ ପ୍ରସ୍ତୁତ ପାଇଁ ପରାମର୍ଶ ଦିଆଯାଇଛି। ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଚାଲିଥିବା ଏହି ବୈଠକରେ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ସହ ବହୁ ବରିଷ୍ଠ  ଅଧିକାରୀ ଉପସ୍ଥିତ ଥିଲେ। ଏଥିସହ ପ୍ରଭାବିତ ହେବାକୁଥିବା ଜିଲ୍ଲାର ଜିଲ୍ଲାପାଳମାନେମାନେ ମଧ୍ୟ ବୈଠକରେ ଯୋଗ ଦେଇଥିଲେ। ଅମଳ ଫସଲକୁ ସୁରକ୍ଷିତ ରଖିବାକୁ ଚାଷୀମାନଙ୍କୁ ପରାମର୍ଶ ଦିଆଯାଇଛି। ଏହାସହ ଉପକୂଳ ଜିଲ୍ଲା ସହ ମୟୂରଭଂଜ ଓ ନୟାଗଡ଼କୁ ମଧ୍ୟ ଆଲର୍ଟ ପାଇଁ ନିର୍ଦ୍ଦେଶ ଦିଆଯାଇଛି। 

Advertisment

ଆଣ୍ଡାମାନ ସାଗର ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆସନ୍ତାକାଲି ଅବପାତରେ ପରିଣତ ହେବ।  ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରି କାଲି ଅବପାତ ରୂପ ନେବ ଅବପାତରେ ପରିଣତ ହେଲା ପରେ କେଉଁଠି ମାଡ଼ ହେବ ତାହା ସ୍ପଷ୍ଟ ହେବ। କେଉଁ ଜାଗାରେ ଉପକୂଳ ଅତିକ୍ରମ କରିବ, କାଲି ସ୍ପଷ୍ଟ କରାଯିବ ବୋଲି ଆଇଏମଜି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। ୪ ତାରିଖ ସକାଳେ ଉତ୍ତର ଆନ୍ଧ୍ର, ଓଡ଼ିଶା ଉପକୂଳରେ ପହଞ୍ଚିବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଡିସେମ୍ବର ୩ ତାରିଖ ସନ୍ଧ୍ୟାରୁ ବର୍ଷାର ପରିମାଣ ବୃଦ୍ଧି ପାଇବ।

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଗଜପତି, ଗଞ୍ଜାମ, ଜଗତସିଂହପୁର ଓ ପୁରୀରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ୪ ଜିଲ୍ଲାରେ ଗୋଟିଏରୁ ୨ଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ମଧ୍ୟ ହୋଇପାରେ। ସମ୍ଭାବ୍ୟ ବାତ୍ୟାର ପ୍ରଭାବ ୪ ତାରିଖରେ ସର୍ବାଧିକ ରହିବ। ଏହା ସହ ବାତ୍ୟା ସମୟରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘଣ୍ଟା ପ୍ରତି ୧୦୦ ରୁ ୧୧୦ କିମି ବେଗରେ ପବନ ବହିବ ବୋଲି ପୂର୍ବାନୁମାନ କରାଯାଇଛି।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୩ତାରିଖରୁ ୪ ତାରିଖ ସକାଳ ଯାଏଁ ୪ଟି ଜିଲ୍ଲାକୁ  ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡିକ ହେଉଛି ଗଜପତି, ଗଞ୍ଜାମ, ପୁରୀ ଏବଂ ଜଗତସିଂହପୁର। ଏହି ଜିଲାମାନଙ୍କରେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ୪ତାରିଖରେ ଏହି ୪ଟି ଜିଲ୍ଲା ପାଇଁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି ଅର୍ଥାତ ଏସବୁ ଜିଲ୍ଲାରେ ପ୍ରବଳୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।

ସେହିଦିନ ୭ଟି ଜିଲ୍ଲା ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ହେଉଛି- କେନ୍ଦ୍ରାପଡ଼ା, କଟକ,  ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ରାୟଗଡା ଓ କୋରାପୁଟ। ବାଲେଶ୍ୱର, ଯାଜପୁର, ଭଦ୍ରକ ଓ ମାଲକାନଗିରିକୁ  ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୫ ତାରିଖ ପାଇଁ ୮ଟି ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ  ଏବଂ ୭ଟି ଜିଲ୍ଲାକୁ ୟେଲୋ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Odisha Weather Weather Update Cyclone Warning
Advertisment
Advertisment