Advertisment

୧୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଜି ବର୍ଷା ସମ୍ଭାବନା ରହିଛି। ଆଜି ପାଇଁ ୧୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଘଡ଼ଘଡ଼ି ଓ ବଜ୍ରପାତ ନେଇ ଗତକାଲି ପାଇଁ ୧୭ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଥିଲା।

author-image
Chandan Shishu
Yellow Warning 16 districts

Yellow Warning 16 districts

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଜି ବି ବର୍ଷା ସମ୍ଭାବନା ରହିଛି। ଆଜି ପାଇଁ ୧୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ସେହି ସବୁ ଜିଲ୍ଲା ଗୁଡିକ ହେଲା ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, କେନ୍ଦୁଝର, ମୟୂରଭଂଜ ଏବଂ ସୁନ୍ଦରଗଡ଼।

Advertisment

ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ସେହିପରି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ ଏବଂ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେବେ ଆସନ୍ତା କାଲିଠୁ ବର୍ଷାର ପରିମାଣ ଧିରେଧିରେ କମିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲି ଘଡ଼ଘଡ଼ି ଓ ବଜ୍ରପାତ ନେଇ ୧୭ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଥିଲା।

Advertisment
Rain In Odisha Heavy Rainfall Alert Heavy Rainfall In Odisha Weather In Odisha
Advertisment
Advertisment